Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହିଳା ବେଶରେ ଝୁଲିପଡିଲେ କେଶବ

by ସଞ୍ଜୟ ସ୍ୱାଇଁ
February 3, 2024
in Crime, State
ମହିଳା ବେଶରେ ଝୁଲିପଡିଲେ କେଶବ
131
VIEWS
Share on FacebookShare on Twitter

ବାରିପଦା, (ବାଘୁଆବାର୍ତ୍ତା): ମୟୁରଭଞ୍ଜ ଜିଲ୍ଲା ବତେନଟୀ ବ୍ଲକ ଦହିକଟି ପଞ୍ଚାୟତ ଭାଲିଆ ଗାଁରୁ ଘଟିଛି ଭିନ୍ନ ଏକ ଘଟଣା । ଜଣେ ଯୁବକ ମହିଳା ବେଶରେ ଆତ୍ମହତ୍ୟା କରିଛନ୍ତି । ମୃତକ ଭାଳିଆ ଗାଁର କେଶବ ଚନ୍ଦ୍ର ମହାନ୍ତ । ସେ ଦୁଇ ପିଲାଙ୍କର ବାପା ବୋଲି ଜଣାପଡିଛି । ବର୍ତ୍ତମାନ ଯାଏଁ ଆତ୍ମହତ୍ୟାର କାରଣ ଜଣାପଡିନଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।ପୋଲିସ ଏକ ଅପମୃତ୍ୟୁ ମାମଲା ମଧ୍ୟ ରୁଜୁ କରିଛି । ଖବର ଅନୁଯାୟୀ, ଗାଁ ମୁଣ୍ଡ ଡାହିଜମିରେ ଥିବା ଏକ ମହୁଲ ଗଛରେ କେଶବଙ୍କ ଝୁଲନ୍ତା ମୃତଦେହ ଦେଖିଥିଲେ ସ୍ଥାନୀୟଲୋକେ । ଏହାପରେ ତୁରନ୍ତ ବେତନଟୀ ପୋଲିସକୁ ଖବର ଦେଇଥିଲେ । ବେତନଟୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଏଭଳି ଘଟଣା ଦେଖି ଆଶ୍ଚର୍ଯ୍ୟ ହେବା ସହ ମୃତଦେହ ଉଦ୍ଧାର କରିଛି । ଏହାସହିତ ଏକ ଅପମୃତ୍ୟୁ ମାମଲା ମଧ୍ୟ ରୁଜୁ କରି ଛାନ୍‌ଭିନ୍‌ ଜାରି ରଖିଛି । ସେପଟେ ମୃତକଙ୍କ ପୁଅ ଓ ସଂପର୍କୀୟମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି । କାହିଁକି ଏବଂ କେଉଁ ପରିସ୍ଥିତିରେ କେଶବ ମହିଳା ବେଶରେ ନିଜକୁ ସଜାଇଥିଲେ । ଏହାସହିତ କାହିଁକି ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଇଛନ୍ତି । ତାହା ଏବେ ଯାଏଁ ଅସ୍ପଷ୍ଟ ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!