ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଏହି ୮ ଜଣଙ୍କ ମଧ୍ୟରେ ସମସ୍ତେ ସ୍ଥାନୀୟ ସଂକ୍ରମିତ ବୋଲି ଜଣାଯାଇଛି । ଏମାନଙ୍କ ମଧ୍ୟରେ ଦଶପଲ୍ଲା ବ୍ଲକରୁ ୫ଜଣ ରହିଥିବା ବେଳେ ନୟାଗଡ଼ ବ୍ଲକରୁ ଜଣେ, ଓଡ଼ଗାଁ ବ୍ଲକରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛନ୍ତି । ଅନ୍ୟ ଜଣେ ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ଅଂଚଳର ହୋଇଥିବା ବେଳେ ସେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କରୋନା ପରୀକ୍ଷା କରାଇଥିବା ଜଣାଯାଇଛି ।





