ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜଧାନୀରୁ ବ୍ରାଉନସୁଗାର ଜବତ ହୋଇଛି । ଜବତ ବ୍ରାଉନସୁଗାରର ମୂଲ୍ୟ ପୁଣି କୋଟିଏ ଟଙ୍କାରୁ ଅଧିକ ହେବ ବୋଲି ଜଣାପଡିଛି । କମିଶନରେଟ୍ ପୋଲିସର ସ୍ପେଶାଲ କ୍ରାଇମ୍ ୟୁନିଟ୍ ରାଜଧାନୀ ଭୁବନେଶ୍ବରରୁ କେଜିଏରୁ ବ୍ରାଉନସୁଗାର ଜବତ କରିଛି । ଏହି ମାମଲାରେ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରାଯାଇଛି । ଏ ନେଇ ପୋଲିସ କମିଶନର ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି । ଜବତ ବ୍ରାଉନସୁଗାରର ମୂଲ୍ୟ କୋଟିଏ ଟଙ୍କାରୁ ଅଧିକ ହେବ ବୋଲି ଜଣାପଡିଛି ।





