Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାବାଳିକା ଦୁଷ୍କର୍ମ ମାମଲା : ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ

by ସଞ୍ଜୟ ସ୍ୱାଇଁ
February 6, 2024
in Crime, State
ନାବାଳିକା ଦୁଷ୍କର୍ମ ମାମଲା : ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ
93
VIEWS
Share on FacebookShare on Twitter

ବାରିପଦା, (ବାଘୁଆବାର୍ତ୍ତା): ମୟୂରଭଞ୍ଜ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ତଥା ସ୍ଵତନ୍ତ୍ର ଫାଷ୍ଟଟ୍ରାକ୍ କୋର୍ଟ ବିଚାରପତି ସନ୍ତୋଷ କୁମାର ନାୟକ ମଙ୍ଗଳବାର ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ ପୂର୍ବକ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଣି କରିଛନ୍ତି । ଏହା ସହିତ ୧୦ ହଜାର ଟଙ୍କା ଜରିମାନା ଅନାଦେୟ ଅଧିକ ୩ ମାସର ଅତିରିକ୍ତ ଜେଲଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି । ଆସାମୀ ଜଣକ ହେଲା ଘାଗରବେଡା ଥାନା ଅନ୍ତର୍ଗତ ନିମି ପୋଖରୀ ଗ୍ରାମର ୨୯ ବର୍ଷୀୟା ଟୁଡୁ ଓରଫ ଲାଡା ସିଙ୍କୁ । ସୂଚନାଯୋଗ୍ୟ ଯେ, ଜନୈକ ନାବାଳିକାକୁ ଅଭିଯୁକ୍ତ ଲାଡା ସିଂଙ୍କୁ କୌଣସି ଆଳ ଦେଖାଇ ଘରକୁ ନେଇ ତିନିଦିନ ଧରି ବଳ ପୂର୍ବକ ଦୁଷ୍କର୍ମ କରିଥିଲା । ଏନେଇ ଗତ ୨୭/୦୮/୨୦୧୯ରେ ନାବାଳିକା ଜଣକ ଘଟଣା ବାବଦରେ ଜଣାଇବା ପରେ ତାପର ଦିନ ସ୍ଥାନୀୟ ଘାଗରବେଡା ଥାନାରେ ପରିବାର ଲୋକେ ଲିଖିତ ଅଭିଯୋଗ କରିଥିଲେ । ପୋଲିସ ପୀଡିତାର ବୟାନ ରେକର୍ଡ କରିବା ପରେ କେସ୍ ନମ୍ବର ୨୨/୨୦୧୯ରେ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ସମସ୍ତ ୨୧ଜଣ ସାକ୍ଷୀଙ୍କ ବୟାନ ଓ ତଦନ୍ତ ରିପୋର୍ଟକୁ ଭିତ୍ତିକରି ଜଜ୍ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି । ଏଥି ସହିତ ପୀଡିତା ନାବାଳିକାକୁ ସହାୟତା ପ୍ରଦାନ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଉକ୍ତ ମାମଲାକୁ ଆଇନଜୀବୀ ମନୋରଞ୍ଜନ ପଟ୍ଟନାୟକ ପରିଚାଳନା କରୁଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!