Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୫୦ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ, ଦୁଇ ଜଣଙ୍କୁ ବାନ୍ଧିଲା ପୋଲିସ

by ସଞ୍ଜୟ ସ୍ୱାଇଁ
February 7, 2024
in Crime, State
୫୦ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ, ଦୁଇ ଜଣଙ୍କୁ ବାନ୍ଧିଲା ପୋଲିସ
57
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଦୁଇ ବ୍ରାଉନସୁଗାର ବେପାରୀଙ୍କୁ ବାନ୍ଧିଲା ପୋଲିସ । ପୁରୀ ସହରରେ ବ୍ରାଉନ୍‌ସୁଗାର ବେପାର କରିବାକୁ ଆସି ଗିରଫ ହୋଇଛନ୍ତି ଦୁଇ ବ୍ୟବସାୟୀ । ଗିରଫ ଅଭିଯୁକ୍ତଙ୍କୁ ନିକଟରୁ ୫୨୨ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଯାହାର ଆନୁମାନିକ ମୂଲ୍ୟ ୫୦ ଲକ୍ଷ ଟଙ୍କା ହେବ ବୋଲି ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି ପୁରୀ ଏସ୍‌ପି ପିନାକ ମିଶ୍ର । ପୋଲିସର ସୂଚନା ଅନୁସାରେ, ବୁଧବାର ସକାଳେ ତାଳବଣିଆ ହେଲିପ୍ୟାଡ୍ ଠାରେ ତିନିଜଣ ଯୁବକ ବ୍ରାଉନ ସୁଗାର ବେପାର କରିବାକୁ ଆସିଥିବା ନେଇ ପୋଲିସ ପାଖରେ ଖବର ପହଞ୍ଚିଥିଲା। ପରେ ସମୁଦ୍ରକୂଳ ଥାନା ଅଧିକାରୀ ଏବଂ ପୁରୀ ପୋଲିସର ସ୍ପେଶାଲ୍ ସ୍କ୍ୱାର୍ଡ ଚଢ଼ାଉ କରିଥିବା ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଥିଲେ। ଅନ୍ୟଜଣେ ଅଭିଯୁକ୍ତ ଫେରାର ହୋଇଯାଇଛି। ତେବେ ଗିରଫ ହୋଇଥିବା ଦୁଇ ଅଭିଯୁକ୍ତ ହେଉଛନ୍ତି ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ଗୁରୁଜଙ୍ଘା ଗାଁର ଦେବାଶିଷ ଦାସ ଓ ସାଗୁଆନ୍ ବଗିଚା ଗାଁର ଶୁଭମ୍ ପଟ୍ଟନାୟକ। ଏହି ଦୁଇ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଏହାସହିତ ଅଭିଯୁକ୍ତଙ୍କ ଠାରୁ ଗୋଟିଏ ଦାମୀ ବାଇକ୍ ସହ ଦୁଇଟି ମୋବାଇଲ୍ ଫୋନ୍ ପୋଲିସ ଜବତ କରିଛି। ପୁରୀରେ ନିଶା କାରବାର କରୁଥିବା ବ୍ୟକ୍ତି ବିଶେଷଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପୁରୀ ଏସପି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!