Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ରେଷ୍ଠ ସାଂସଦ ଭାବେ ବିଜେଡି ସାଂସଦ ସସ୍ମିତ ପାତ୍ର ପୁରସ୍କୃତ

by ସଞ୍ଜୟ ସ୍ୱାଇଁ
February 7, 2024
in NATIONAL NEWS, Politics, State
ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ସସ୍ମିତ ପାତ୍ର
82
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ବିଜେଡି ସାଂସଦ ସସ୍ମିତ ପାତ୍ର ଶ୍ରେଷ୍ଠ ସାଂସଦ । ବିଜୁ ଜନତା ଦଳର ବରିଷ୍ଠ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କୁ ଶ୍ରେଷ୍ଠ ସାଂସଦ ପୁରସ୍କାର ପ୍ରଦାନ କରାଯାଇଛି । ସସ୍ମିତ ପାତ୍ର ଲୋକମତ ସଂସଦୀୟ ପୁରସ୍କାର ୨୦୨୩ ପୁରସ୍କାରରେ ସମ୍ମାନୀତ ହୋଇଛନ୍ତି । ସସ୍ମିତଙ୍କ ସହ କଂଗ୍ରେସର ଲୋକସଭା ସାଂସଦ ଶଶୀ ଥରୁର ମଧ୍ୟ ଏହି ସମ୍ମାନର ଅଧିକାରୀ ହୋଇଛନ୍ତି । ସେହିଭଳି ଲୋକସଭା ସାଂସଦ ତଥା ବହୁଜନ ସମାଜ ପାର୍ଟି ସାଂସଦ ଡାନିସ ଅଲ୍ଲୀ ଓ ସିପିଏମର ରାଜ୍ୟସଭା ସାଂସଦ ଜନ ବ୍ରିଟ୍ଟାସ ବେଷ୍ଟ ଡେବ୍ୟୁଟାଣ୍ଟ ପୁରସ୍କାର ପାଇଛନ୍ତି । ସମାଜବାଦୀ ପାର୍ଟି ରାଜ୍ୟସଭା ସାଂସଦ ରାମ ଗୋପାଳ ଯାଦବ ଓ ବିଜେପି ଲୋକସଭା ସାଂସଦ ମେନେକା ସଞ୍ଜୟ ଗାନ୍ଧୀ ଲାଇଫଟାଇମ ଆଚିଭମେଣ୍ଟ ପୁରସ୍କାର ପାଇଛନ୍ତି । ସେହିଭଳି ଲୋକସଭାର ଶିରୋମଣି ଅକାଳୀ ଦଳର ସାଂସଦ ହରସିମରତ କୌର ବାଦଲ ଏବଂ ବିଜେପି ରାଜ୍ୟସଭା ସାଂସଦ ସରୋଜ ପାଣ୍ଡେଙ୍କୁ ଶ୍ରେଷ୍ଠ ମହିଳା ସାଂସଦ ଭାବେ ପୁରସ୍କୃତ କରାଯାଇଛି । ପୁରସ୍କାର ବିତରଣ ଉତ୍ସବରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ମୁଖ୍ୟ ଅତିଥି ଭାବେ ଓ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ରାଷ୍ଟ୍ରମନ୍ତ୍ରୀ ରାମଦାସ ଆଠୱାଲେ ଯୋଗ ଦେଇଥିଲେ । ଉଲ୍ଲେଖଯୋଗ୍ୟ ଯେ, ପ୍ରତିବର୍ଷ ଲୋକମତ ସଂସଦୀୟ ପୁରସ୍କାର ଲୋକସଭାରୁ ୪ ଜଣ, ରାଜ୍ୟସଭାରୁ ୪ ଜଣଙ୍କୁ ପ୍ରଦାନ କରାଯାଇଥାଏ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!