Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେପି ଓ କଂଗ୍ରେସର ଶତାଧିକ କର୍ମୀ ବିଜେଡିରେ ସାମିଲ

by ସଞ୍ଜୟ ସ୍ୱାଇଁ
February 7, 2024
in Politics, State
ବିଜେପି ଓ କଂଗ୍ରେସର ଶତାଧିକ କର୍ମୀ ବିଜେଡିରେ ସାମିଲ
113
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବାଲେଶ୍ବର ନୀଳଗିରି ଅଞ୍ଚଳରେ ବିଜେପି ଓ କଂଗ୍ରେସ ଛାଡି ବିଜେଡିରେ ସାମିଲ ହୋଇଛନ୍ତି ଶତାଧିକ କର୍ମୀ। ଶଙ୍ଖ ଭବନରେ ବିଜେଡିର ବରିଷ୍ଠ ମନ୍ତ୍ରୀ ତଥା ବାଲେଶ୍ଵର ବିଜେଡି ପର୍ଯ୍ୟବେକ୍ଷକ ପ୍ରତାପ କେଶରୀ ଦେବଙ୍କ ଉପସ୍ଥିତିରେ ୩୨ଜଣ ପ୍ରମୁଖ ନେତା ସାମିଲ ହୋଇଛନ୍ତି। ଶିଶିର ମହାପାତ୍ର ଫାଉଣ୍ଡେସନ ସଭାପତି ସବ୍ୟସାଚୀ ମହାପାତ୍ର, ନୀଳଗିରି ମ୍ୟୁନିସିପାଲିଟିର ୬ ନମ୍ବର ଓ୍ବାର୍ଡର କାଉନସିଲର ପ୍ରତାପ ସେଠୀ, ନୀଳଗିରି ବ୍ଳକ ପୂର୍ବତନ ଅଧ୍ୟକ୍ଷା ଝରଣା ସିଂ, ପୂର୍ବତନ ସରପଞ୍ଚ ମଧୁସ୍ମିତା ସିଂ, ବିଜେପି ଜିଲ୍ଲା ପରିଷଦ ପ୍ରାର୍ଥୀ ଅର୍ଜୁନ ମାରାଣ୍ଡିଙ୍କ ସମେତ ଏକାଧିକ କଂଗ୍ରେସ ଓ ବିଜେପି କର୍ମୀ ବିଜେଡିରେ ଯୋଗ ଦେଇଛନ୍ତି। ବିଜେଡି ନେତା ସନ୍ତୋଷ ଖଟୁଆଙ୍କ ନେତୃତ୍ୱରେ ନେତା ଓ କର୍ମୀମାନେ ଦଳରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ବିଜେଡି ବାଲେଶ୍ଵର ପର୍ଯ୍ୟବେକ୍ଷକ ପ୍ରତାପ ଦେବ ସମସ୍ତଙ୍କୁ ଉତ୍ତରୀୟ ପିନ୍ଧେଇ ଦଳକୁ ସ୍ବାଗତ କରିଥିଲେ। ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ନୀଳଗିରି ଗସ୍ତ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ କାର୍ଯ୍ୟ ଓ ସ୍ଵଚ୍ଛ ଭାବମୂର୍ତ୍ତିରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଛନ୍ତି। ବିଜେଡିରେ ଏହି ସବୁ ସଦସ୍ୟ ସାମିଲ ହେବା ପରେ ଦଳ ଆହୁରି ମଜଭୁତ ହୋଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!