Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫେବୃଆରୀ ୧୬ ରୁ ଆରମ୍ଭ ହେବ ଯୁକ୍ତ ୨ ବାର୍ଷିକ ପରୀକ୍ଷା

by ସଞ୍ଜୟ ସ୍ୱାଇଁ
February 13, 2024
in Education, State
ଫେବୃଆରୀ ୧୬ ରୁ ଆରମ୍ଭ ହେବ ଯୁକ୍ତ ୨ ବାର୍ଷିକ ପରୀକ୍ଷା
76
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଗତ ଡିସେମ୍ବର ୧୫ ତାରିଖରେ ଫେବ୍ରୁଆରୀ ୧୬ରୁ ଯୁକ୍ତ ୨ ପରୀକ୍ଷା ଆରମ୍ଭ କରାଯିବା ନେଇ ଘୋଷଣା କରାଯାଇଥିଲା । ଫେବ୍ରୁଆରୀ ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏଁ ଚାଲିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଥିଲା । ଆଉ ୨ ଦିନ ପରେ ଆରମ୍ଭ ହେବ ଯୁକ୍ତ ୨ ବାର୍ଷିକ ପରୀକ୍ଷା । ଏଥର ଯୁକ୍ତ ଦୁଇ ପରୀକ୍ଷାକୁ ତ୍ରୁଟିଶୂନ୍ୟ କରିବାକୁ ଅଣ୍ଟାଭିଡ଼ିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । ନିରପେକ୍ଷ ପରୀକ୍ଷା ପରିଚାଳନା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି । କପି ରୋକିବା ପାଇ ତ୍ରିସ୍ତରୀୟ ସ୍କ୍ୱାର୍ଡ ବ୍ୟବସ୍ଥା ସହ ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭିର ବ୍ୟବସ୍ଥା କରାଯାଇଛି । ଗତ ଡିସେମ୍ବର ୧୫ ତାରିଖରେ ଫେବ୍ରୁଆରୀ ୧୬ରୁ ଯୁକ୍ତ ୨ ପରୀକ୍ଷା ଆରମ୍ଭ କରାଯିବା ନେଇ ଘୋଷଣା କରାଯାଇଥିଲା । ଫେବ୍ରୁଆରୀ ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏଁ ଚାଲିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଥିଲା । ସେପଟେ ଫେବ୍ରୁଆରୀ ୨୦ରୁ ମଧ୍ୟ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ୍‌ ପରୀକ୍ଷା । ମାଟ୍ରିକ ପରୀକ୍ଷା ଆରମ୍ଭ ହେବା ନେଇ ବୋର୍ଡ ପକ୍ଷରୁ ପୂର୍ବରୁ ସୂଚନା ଦିଆଯାଇଛି । ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ପରୀକ୍ଷା ହେବ । ପ୍ରଥମ ଦିନରେ ଅର୍ଥାତ୍‌ ୨୦ ତାରିଖରେ ମାତୃଭାଷା ଓଡ଼ିଆ ପରୀକ୍ଷା ଦେବେ ପରୀକ୍ଷାର୍ଥୀ । ପରେ ଫେବ୍ରୁଆରୀ ୨୩ ତାରିଖରେ ଇଂରାଜୀ ପରୀକ୍ଷା ହେବ । ସେହିପରି ୨୬ରେ ଗଣିତ, ୨୮ରେ ହିନ୍ଦୀ/ସଂସ୍କୃତ, ମାର୍ଚ୍ଚ ୨ରେ ବିଜ୍ଞାନ, ୪ରେ ସାମାଜିକ ବିଜ୍ଞାନ ପରୀକ୍ଷା କରାଯିବା ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ୨ହଜାର ୯୯୧ କେନ୍ଦ୍ରରେ ପରୀକ୍ଷା ଦେବେ ୫ ଲକ୍ଷ ୫୧ ହଜାର ୬୧୧ ପରୀକ୍ଷାର୍ଥୀ । ମାର୍ଚ୍ଚ ୧୫ରୁ ମାଟ୍ରିକ ଖାତା ଦେଖା ହେବ ବୋଲି ବୋର୍ଡ ସଭାପତି ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!