Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନାମାଙ୍କନ ଭରିଲେ ଦେବାଶିଷ ଓ ଶୁଭାଶିଷ

by ସଞ୍ଜୟ ସ୍ୱାଇଁ
February 13, 2024
in Politics, State
ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନାମାଙ୍କନ ଭରିଲେ ଦେବାଶିଷ ଓ ଶୁଭାଶିଷ
153
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟସଭା ନିର୍ବାଚନ । ନାମାଙ୍କନ ଭରିଲେ ବିଜେଡିରୁ ଦୁଇ ପ୍ରାର୍ଥୀ । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଏବଂ ଶୁଭାଶିଷ ଖୁଣ୍ଟିଆ ନାମାଙ୍କନ ଭରିଛନ୍ତି । ଏହି ସମୟରେ ବିଜୁ ଜନତା ଦଳରେ ଅନେକ ବରିଷ୍ଠ ନେତା ଉପସ୍ଥିତ ରହିଥିଲେ । ସୋମବାର ଦିନ ଉଭୟଙ୍କ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀ ଭାବେ ଘୋଷଣା କରିଥିଲେ । ଦେବାଶିଷ ବିଜେଡିର ଟାଣୁଆ ନେତା ଭାବେ ପରିଚିତ । ସେ ୨୦୦୦ ମସିହାରେ ପ୍ରଥମେ ତିର୍ତ୍ତୋଲରୁ ଜିତିଥିଲେ ।

ଏହାପରେ ସେ ବାରବାଟୀ-କଟକରୁ ୨ଥର ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ମାତ୍ର ଗତ ନିର୍ବାଚନରେ ସେ ପରାସ୍ତ ହୋଇଥିଲେ। ସେହିଭଳି ଶୁଭାଶିଷ ପୁରୀର ଟାଣୁଆ ଯୁବନେତା ଭାବେ ପରିଚିତ । ସେ ରାଜ୍ୟ ଯୁବ ବିଜେଡି ଉପସଭାପତି ଅଛନ୍ତି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଆଗେଇନେବାରେ ତାଙ୍କର ବଡ଼ ଯୋଗଦାନ ଥିଲା । ତାଙ୍କ ଦକ୍ଷତା ଓ ସକ୍ରିୟତାକୁ ଆଧାର କରି ମୁଖ୍ୟମନ୍ତ୍ରୀ ତାଙ୍କୁ ରାଜ୍ୟସଭା ପଠାଇବାକୁ ନିଷ୍ପତ୍ତି ନେଇଛନ୍ତି । ତେବେ ଦଳୀର ତୃତୀୟ ପ୍ରାର୍ଥୀ କିଏ ସେ ସଂପର୍କରେ କିଛି ଘୋଷଣା ହୋଇନି । ବିଜେଡିରୁ କିଏ ଯିବ ରାଜ୍ୟସଭା? ଏହାକୁ ନେଇ ଦଳୀୟ ମହଲରେ ବେଶ୍‌ ଚର୍ଚ୍ଚା ଲାଗି ରହିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!