Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜେଲ୍ ଗଲେ ବୌଦ୍ଧ ଆରଟିଓ ବସନ୍ତ କୁମାର ମହାପାତ୍ର

by ସଞ୍ଜୟ ସ୍ୱାଇଁ
February 16, 2024
in Crime, State
ଜେଲ୍ ଗଲେ ବୌଦ୍ଧ ଆରଟିଓ ବସନ୍ତ କୁମାର ମହାପାତ୍ର
114
VIEWS
Share on FacebookShare on Twitter

ବୌଦ୍ଧ, (ବାଘୁଆବାର୍ତ୍ତା): ଶେଷରେ ଜେଲ୍ ଗଲେ ବୌଦ୍ଧ ଆରଟିଓ ବସନ୍ତ କୁମାର ମହାପାତ୍ର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ କରିଛି ଭିଜିଲାନ୍ସ । ଆରଟିଓ ବସନ୍ତ କୁମାର ମହାପାତ୍ର ଠୁଳ କରିଛନ୍ତି କୋଟି କୋଟି ଟଙ୍କାର ସମ୍ପତ୍ତି । ଭୁବନେଶ୍ୱରର ଅନେକ ସ୍ଥାନରେ ଫ୍ଲାଟ କିଣିଥିବାବେଳେ, ଏକାଧିକ ବ୍ୟାଙ୍କ ଆକାଉଂଟ ଓ ବିଭିନ୍ନ ବଣ୍ଡରେ ଜମା କରିଛନ୍ତି କୋଟି କୋଟି ଟଙ୍କା । ଏହାଜଣାପଡିବା ପରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ବୌଦ୍ଧ ଆରଟିଓ ଅଫିସ, ବସନ୍ତଙ୍କ ଭଡାଘର, ଭୁବନେଶ୍ୱରସ୍ଥିତ ବିଭିନ୍ନ ଠିକଣା, ଭଞ୍ଜନଗର ସ୍ଥିତ ପୈତୃକ ଘରେ ଓ ବ୍ରହ୍ମପୁର ଚଢ଼ାଉ କରାଯାଇଥିଲା । ବସନ୍ତଙ୍କର ସମୁଦାୟ ୧୯କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ । ଯେଉଁଥିରେ ୧୪ କୋଟି ୫୦ ଲକ୍ଷର ଫ୍ଲାଟ୍ ୪ କୋଟି ୫୦ ଲକ୍ଷର ସୁନା ଗହଣା ଗାଡି ଆସବାବ ପତ୍ର ରହିଥିଲା । ଜବତ ସମ୍ପତ୍ତି ମଧ୍ୟରେ କେବଳ ଭୁବନେଶ୍ୱରରେ ରହିଛି ବସନ୍ତଙ୍କର ୫ ଟି ଫ୍ଲାଟ । ଭୁବନେଶ୍ୱର ଓ ବେଙ୍ଗାଲୁରରେ ଆଉ ଦୁଇଟି ଫ୍ଲାଟ କିଣିବା ପାଇଁ ଅଗ୍ରୀମ ଦୁଇ କୋଟିରୁ ଉର୍ଦ୍ଧ ଟଙ୍କା ଦେଇଛନ୍ତି । ଭୁବନେଶ୍ୱରର ଏକ ବଡ ସପିଂ ମଲରେ ରହିଛି ଦୁଇଟି ବଡ ବଡ ଦୋକାନ ଘର । ବସନ୍ତଙ୍କ ବିଭିନ୍ନ ବ୍ୟାଙ୍କ ଆକାଉଂଟରେ ରହିଛି ଦୁଇ କୋଟିରୁ ଉର୍ଦ୍ଧ୍ୱ ଟଙ୍କା । ବଣ୍ଡ୍ ମାଧ୍ୟମରେ ଜମା ରଖିଛନ୍ତି ୪୮ ଲକ୍ଷ ଟଙ୍କା ୩୧ ଲକ୍ଷ ଟଙ୍କାର ଇନ୍ସୁରାନ୍ସ ରହିଛି ପାଖାପାଖି ୨୬୦ ଗ୍ରାମର ସୁନା ଅଳଙ୍କାର ମଧ୍ୟ ମିଳିଥିବା ନେଇ ସୂଚନା ଦେଇଛନ୍ତି ଭିଜିଲାନ୍ସ ଅଧିକାରୀ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!