Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଦ୍ମ ଧରିଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ

by ସଞ୍ଜୟ ସ୍ୱାଇଁ
February 21, 2024
in Politics, State
ପଦ୍ମ ଧରିଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ
336
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ପଦ୍ମ ଧରିଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ । ପୂର୍ବତନ ମନ୍ତ୍ରୀ ତଥା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ବିଜେପିରେ ଯୋଗଦେଇଛନ୍ତି । ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଦଳୀୟ କାର୍ଯ୍ୟାଳୟକୁ ଆସି ଦଳରେ ସାମିଲ ହୋଇଛନ୍ତି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପ୍ରଦୀପ ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି । ତେବେ ଦୀର୍ଘ ଦିନ ହେବ ଗୋପାଳପୁର ବିଧାୟକ ବିଜେପିରେ ମିଶିବା ନେଇ ଚର୍ଚ୍ଚା ହେଉଥିଲା । ଏପରିକି ଗତ କିଛି ଦିନ ତଳେ ପ୍ରଦୀପଙ୍କୁ ମନମୋହନ ସାମଲ ତାଙ୍କ ବାସଭବନରେ ଭେଟିଥିଲେ । ସେବେଠାରୁ ପ୍ରଦୀପ ବିଜେପିମୁହାଁ ହୋଇଛନ୍ତି ବୋଲି ସଙ୍କେତ ମିଳୁଥିଲା । ତେବେ ଆଜି ସବୁ ଚର୍ଚ୍ଚାର ଅବସାନ ଘଟାଇ ପ୍ରଦୀପ ବିଜେପି ଦଳରେ ସାମିଲ ହୋଇଛନ୍ତି । ବିଜେପିରେ ସାମିଲ ହେବା ପରେ ପ୍ରଦୀପ ପାଣିଗ୍ରାହୀ କହିଛନ୍ତି, ଶ୍ରେଷ୍ଠ ଭାରତ ଓ ଶ୍ରେଷ୍ଠ ଓଡିଶା ଗଠନ ପାଇଁ ସମୟ ଆସିଛି । ଏବେ ପରିବର୍ତ୍ତନର ଓ ସଜାଗର ସମୟ । ସୁଦୃଢ ଓଡିଶା ଓ ଭାରତ ଗଠନ କରିବାର ସମୟ । ବିଜେପିକୁ ଥରୁଟିଏ ସୁଯୋଗ ଦେବାକୁ ଅପିଲ କରିଛନ୍ତି ପ୍ରଦୀପ । ସୂଚନାଯୋଗ୍ୟ ଯେ, ୨୦୨୦ ମସିହା ନଭେମ୍ବର ୨୯ ତାରିଖରେ ବିଜେଡିରୁ ବହିଷ୍କୃତ ହୋଇଥିଲେ ପ୍ରଦୀପ ପାଣିଗ୍ରାହୀ । ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଦୀପଙ୍କୁ ବିଜୁ ଜନତା ଦଳରୁ ବହିଷ୍କୃତ କରିଥିଲେ । ପ୍ରଦୀପ ପାଣିଗ୍ରାହୀ ହେଉଛନ୍ତି ଗୋପାଳପୁରର ଦୁଇ ଥରର ବିଧାୟକ । ସେ ପୂର୍ବତନ ମନ୍ତ୍ରୀ ମଧ୍ୟ ଥିଲେ । ଦଳ ପକ୍ଷରୁ ପ୍ରଦୀପଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଥିଲା । ବିଭିନ୍ନ ଲୋକ ବିରୋଧୀ କାର୍ଯ୍ୟକଳାପ ପାଇଁ ଦଳ ଏହି ନିଷ୍ପତ୍ତି ନେଇଥିଲା । ବିଜେଡିରୁ ବହିଷ୍କୃତ ହେବା ପରେ ଅନେକ ସମୟରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରୁଥିଲେ ପ୍ରଦୀପ ପାଣିଗ୍ରାହୀ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!