Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କପି କରି ଧରାପଡିଥିଲେ, ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
February 23, 2024
in Crime, State
କପି କରି ଧରାପଡିଥିଲେ, ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
88
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ଏକ ବନ୍ଦ ଘରୁ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ର ଜଣଙ୍କ ବ୍ରହ୍ମପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନର ଯୁକ୍ତ ଦୁଇ ବିଜ୍ଞାନ ଦ୍ୱିତୀୟ ବର୍ଷରେ ପଢ଼ୁଥିଲେ। ତାଙ୍କ ନାଁ ଦେବାଶିଷ ସେଠୀ। ସେ ବୈଦ୍ୟନାଥପୁର ଥାନା ସୂର୍ଯ୍ୟ ନଗର ଅଞ୍ଚଳରେରେ ରହୁଥିଲେ। ଗତକାଲି ଦେବାଶିଷଙ୍କର ଫିଜିକ୍ସ ପରୀକ୍ଷା ଥିଲା। ପରୀକ୍ଷା ପରେ ଦେବାଶିଷ ଘରକୁ ଫେରିଥିଲେ। ପରିବାର ଲୋକଙ୍କ ସହ ଭଲରେ କଥାବାର୍ତ୍ତା କରିବା ସହ ମା’ ଯାହା ଦେଇଥିଲେ ସେ ଖାଇଥିଲେ। ପରେ ସନ୍ଧ୍ୟାରେ ନିଜ ରୁମ୍‌କୁ ରେଷ୍ଟ ନେବାକୁ ଯାଇଥିଲେ। ହେଲେ ବିଳମ୍ବିତ ସମୟ ପର୍ଯ୍ୟନ୍ତ ନିଜ ରୁମ୍‌ର କବାଟ ଖୋଲି ନଥିଲେ ଦେବାଶିଷ। ଏନେଇ ପରିବାର ଲୋକେ ଚିନ୍ତିତ ହୋଇପଡ଼ିଥିଲେ। ଯେତେ କବାଟ ବାଡ଼େଇଲେ ମଧ୍ୟ ଖୋଲିନଥିଲେ। ପରେ କବାଟ ତାଡ଼ିବା ପରେ ରୁମରୁ ଦେବାଶିଷଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ପାଇଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ବ୍ରହ୍ମପୁର MKCG ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଦେବାଶିଷଙ୍କୁ ମୃତ ଘୋଷଣା କରିଥିଲେ। ଦେବାଶିଷ କେଉଁଥି ପାଇଁ ଆତ୍ମହତ୍ୟା କଲେ, ଏହା ପଛରେ କେଉଁ କାରଣ ରହିଛି ତାହା ଜଣାପଡ଼ିନାହିଁ। ପରିବାର ଲୋକ ମଧ୍ୟ ଦେବାଶିଷଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିନାହାନ୍ତି। ବୈଦ୍ୟନାଥପୁର୍ ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ଘଟଣାର ତଦନ୍ତ କରୁଛି। ଅନ୍ୟପକ୍ଷରେ ଗତକାଲି ପରୀକ୍ଷାରେ ଦେବାଶିଷ କପି କରି ଧରାପଡ଼ିଥିଲେ। ସୂଚନା ଅନୁଯାୟୀ, ଦେବାଶିଷଙ୍କ ବାପା ଜଣେ ପୁଲିସ ଅଧିକାରୀ ବୋଲି ସୂଚନା ମିଳିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!