Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ଭାଇଙ୍କ କଳିରେ ପଶି ମା’ ଖାଇଲେ ଗୁଳିମାଡ଼, ଅଭିଯୁକ୍ତକୁ ଧରିଲେ ପୁଲିସ

by ସଞ୍ଜୟ ସ୍ୱାଇଁ
February 25, 2024
in Crime, State
ଦୁଇ ଭାଇଙ୍କ କଳିରେ ପଶି ମା’ ଖାଇଲେ ଗୁଳିମାଡ଼, ଅଭିଯୁକ୍ତକୁ ଧରିଲେ ପୁଲିସ
215
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ବାଣିଗୋଛା ଥାନା ଅଞ୍ଚଳରେ ଦେଖିବାକୁ ମିଳିଛି ଏକ ଅଘଟଣ । ଦୁଇ ଭାଇଙ୍କ କଳିରେ ମା’ ଖାଇଛି ଗୁଳିମାଡ଼ । ସୁଚନାନୁସାରେ ନୟାଗଡ଼ ଜିଲ୍ଲା ବାଣୀଗୋଛା ଥାନା କଳସା ଖମଣ ଗାଁରେ ପୁଅର ଗୁଳି ମାଡ଼ରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ ଦୁହିତା ପ୍ରଧାନ। ଆଜି ଦୁହିତାଙ୍କ ବଡ଼ ପୁଅ ସୁଶାନ୍ତ ପ୍ରଧାନ ଓ ସାନ ପୁଅ ସାଗର ପ୍ରଧାନଙ୍କ ମଧ୍ୟରେ କୌଣସି କାରଣରୁ ଝଗଡ଼ା ହୋଇଥିଲା। ସେହି ସମୟରେ ସୁଶାନ୍ତ ଏକ ଦେଶୀ ବନ୍ଧୁକ ଆଣି ସାଗରଙ୍କ ଉପରକୁ ଗୁଳି କରିବାକୁ ଉଦ୍ୟମ କରିଥିଲେ। ଦୁହିତା ତାଙ୍କୁ ବାଧା ଦେଇଥିଲେ। ତେବେ ସୁଶାନ୍ତ ଟ୍ରିଗର ଚିପି ଦେବାରୁ ଗୁଳି ଦୁହିତାଙ୍କ ଶରୀରରେ ପଶି ଯାଇଥିଲା। ଗୁରୁତର ଦୁହିତାଙ୍କୁ ଗ୍ରାମବାସୀ ଉଦ୍ଧାର କରି ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରୁ ତାଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷରେ ଖବର ପାଇ ବାଣୀଗୋଛା ଥାନା ପୁଲିସ୍ ଘଟଣାର ତଦନ୍ତ କରୁଛି। ପୁଲିସ୍‌ର ଏକ ଟିମ୍ ଦୁହିତାଙ୍କ ଗାଁରେ ପହଞ୍ଚି ଯାଞ୍ଚ କରିଛି। ତା’ ସହିତ ଅଭିଯୁକ୍ତ ସୁଶାନ୍ତ ପ୍ରଧାନଙ୍କୁ ଧରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!