Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୂଆ ରୂପ ପାଇବ ବାରବାଟୀ, ନବକଳେବରର ମୂଳଦୂଆ ପକାଇଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
February 27, 2024
in Sports, State
ନୂଆ ରୂପ ପାଇବ ବାରବାଟୀ, ନବକଳେବରର ମୂଳଦୂଆ ପକାଇଲେ ମୁଖ୍ୟମନ୍ତ୍ରୀ
82
VIEWS
Share on FacebookShare on Twitter

ବାରବାଟୀ, (ବାଘୁଆବାର୍ତ୍ତା): ଐତିହାସିକ ବାରବାଟୀ ଷ୍ଟାଡିୟମର ନବକଳେବର ନେଇ ଯେଉଁ ପରିକଳ୍ପନା ହୋଇଥିଲା, ତାର ମୂଳଦୁଆ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଭିତରେ ବାରବାଟୀ ଷ୍ଟାଡିୟମର ପୁନଃନିର୍ମାଣ କାର୍ଯ୍ୟର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ଷ୍ଟାଡିୟମକୁ ନୂଆ ରୂପରେ ଗଢ଼ି ତୋଳିବା ସହ ବାରବାଟୀରେ ଅତ୍ୟାଧୁନିକ ସୁବିଧା-ସୁଯୋଗ ଏବଂ ଷ୍ଟାଡିୟମର କ୍ଷମତା ବୃଦ୍ଧି ମଧ୍ୟ କରାଯିବ । ସେହିପରି ସ୍ପୋର୍ଟ୍ସ କମ୍ପେ୍ଲକ୍ସ, ଅତ୍ୟାଧୁନିକ ଜିମ୍ ସେଣ୍ଟର , ମଲ୍, ଅଫିସ୍, ଷ୍ଟାର ହୋଟେଲ ଆଦି ସୁବିଧା ରହିବ । ଷ୍ଟାଡିୟମ ସମ୍ମୁଖକୁ ସାଧାରଣ ଲୋକଙ୍କ ପାଇଁ ମଧ୍ୟ ବିକଶିତ କରାଯିବ । କ୍ରୀଡ଼ା ଇତିହାସରେ ଯୋଡ଼ି ହେଲା ନୂଆ ଫର୍ଦ୍ଦ । ନୂଆ ରୂପ ପାଇବ ବାରବାଟୀ, ପଡ଼ିଲା ମୂଳଦୂଆ । ସାରା ଓଡ଼ିଶାରେ ବିକଶିତ ହେବ ୪୨ କ୍ରିକେଟ ଏକାଡେମୀ । ରାଜ୍ୟର କ୍ରୀଡ଼ା ଭିତ୍ତିଭୂମିର ବିକାଶ ପାଇଁ ଏକାଧିକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ଶ୍ରୀଜଗନ୍ନାଥ କ୍ରିକେଟ ଷ୍ଟାଡିୟମ ପୁରୀ, ସ୍ପୋର୍ଟ୍ସ କମ୍ପେ୍ଲକ୍ସ ବ୍ରହ୍ମପୁର, ସ୍ପୋର୍ଟ୍ସ କମ୍ପେ୍ଲକ୍ସ ଯାଜପୁର, ଓସିଏ ଦ୍ୱାରା ବିକଶିତ ୪୨ଟି କ୍ରିକେଟ ଏକାଡେମୀ, ମହିଳା କ୍ରିକେଟ ଏକାଡେମୀ ପୁରୀ, କ୍ରିକେଟ ଗ୍ରାଉଣ୍ଡ ଝାରସୁଗୁଡ଼ା, ଭାରୋତ୍ତୋଳନ ଏକାଡେମୀ ଗଞ୍ଜାମ, ହକି ପ୍ରଶିକ୍ଷଣ କେନ୍ଦ୍ର ଯାଜପୁର ଭଳି ଏକାଧିକ କ୍ରୀଡ଼ା ଭିତ୍ତିଭୂମୀର ଉଦଘାଟନ କରାଯାଇଛି । ଭିଏସଏସ କ୍ରିକେଟ ଷ୍ଟାଡିୟମ, ସମ୍ବଲପୁରର ପୁନଃବିକାଶ, ସ୍ପୋର୍ଟ୍ସ କମ୍ପେ୍ଲକ୍ସ ବରଗଡ଼, ସ୍ପୋର୍ଟ୍ସ କମ୍ପେ୍ଲକ୍ସ ଢ଼େଙ୍କାନାଳ ଏବଂ ସ୍ପୋର୍ଟ୍ସ ଏକାଡେମୀ ଯାଜପୁର ଭଳି କ୍ରୀଡ଼ା ଭିତ୍ତିଭୂମୀର ଭିତିପ୍ରସ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ । ବାରବାଟୀ ଷ୍ଟାଡିୟମରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଆଇପିଏଲ ଗଭର୍ଣ୍ଣିଂ କାଉନସିଲ ଅଧ୍ୟକ୍ଷ, ଓସିଏ ସଭାପତି, ଫାଓ ସମ୍ପାଦକ ପ୍ରମୁଖ ସାମିଲ ହୋଇଥିଲେ । ସେହିପରି ପୂର୍ବତନ ଭାରତୀୟ କ୍ରିକେଟର ଇରଫାନ ପଠାନ, ପଜ୍ଞାନ ଓଝାଙ୍କୁ ମଧ୍ୟ କାର୍ଯ୍ୟକ୍ରମରେ ଦେଖିବାକୁ ମିଳିଥିଲା ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!