Friday, November 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

‘ଅଧିକ ସାର ଯୋଗାଇଦେବା ପାଇଁ କେନ୍ଦ୍ରକୁ ଅନୁରୋଧ କରାଯାଇଛି’

by ସଞ୍ଜୟ ସ୍ୱାଇଁ
August 5, 2020
in Feature News, Politics
‘ଅଧିକ ସାର ଯୋଗାଇଦେବା ପାଇଁ କେନ୍ଦ୍ରକୁ ଅନୁରୋଧ କରାଯାଇଛି’
334
VIEWS
Share on FacebookShare on Twitter

ଭୁବନେଶ୍ୱର, କୋଭିଡ୍‌-୧୯ ସ୍ଥିତିରେ ଚଳିତ ଖରିଫ୍‌ ଚାଷ ନିମନ୍ତେ ଚାଷୀମାନେ ଯେପରି ସାର ଓ ଅନ୍ୟାନ୍ୟ କୃଷି ସାମଗ୍ରୀ ଠିକଣା ସମୟରେ ଓ ଧାର୍ଯ୍ୟ ଦରରେ ପାଇପାରିବେ ସେଥି ନିମନ୍ତେ ପ୍ରତ୍ୟେକ ସ୍ତରରେ ତଦାରଖ ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି ଓ ରାଜ୍ୟକୁ ଅଧିକ ପରିମାଣର ସାର ଯୋଗାଇଦେବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଛି ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି । ସାର ଯେପରି ଧାର୍ଯ୍ୟ ଦରରେ ବିକି୍ର ହୁଏ ଓ ଏହାର ସୁଷମ ବଣ୍ଟନ ନିମନ୍ତେ ଯାଞ୍ଚ ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ମନ୍ତ୍ରୀ ଡ. ସାହୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଅଧିକ ଦରରେ ସାର ବିକ୍ରୟ ଅଭିଯୋଗ ଆସିଲେ, ସଂପୃକ୍ତ ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଡ. ସାହୁ କହିଛନ୍ତି ।
ଆଜି ଆୟୋଜିତ ଏକ ଭର୍ଚୁଆଲ୍‌ ବୈଠକରେ ଅଧ୍ୟକ୍ଷତା କରି ରାଜ୍ୟରେ ଖରିଫ୍‌ ଚାଷ ସମେତ ବିଭିନ୍ନ ଯୋଜନାର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ଅବସରରେ ମନ୍ତ୍ରୀ ଡ. ସାହୁ କହିଲେ କୋଭିଡ୍‌-୧୯ ପରି ଏକ ଜଟିଳ ସ୍ଥିତିରେ ଚାଷ କାର୍ଯ୍ୟ ଯେପରି ବାଧାପ୍ରାପ୍ତ ନହୁଏ, ସେଥିପ୍ରତି କ୍ଷେତ୍ର ଅଧିକାରୀମାନେ ଅଧିକ କି୍ରୟାଶୀଳ ହେବା ଆବଶ୍ୟକ । ଚାଷ କାର୍ଯ୍ୟ ନିମନ୍ତେ ସାରର ଯେପରି କୌଣସି ଅଭାବ ନରୁହେ, ସେଥି ପ୍ରତି ସମବାୟ ବିଭାଗ ସହିତ ସମନ୍ୱୟ ରକ୍ଷା କରି ସାରର ସୁଷମ ବଣ୍ଟନ ନିମନ୍ତେ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଯେପରି କୌଣସି ଜଣେ ଚାଷୀଙ୍କୁ ଧାର୍ଯ୍ୟ ଦରଠାରୁ ଅଧିକ ଦରରେ ସାର କିଣିବାକୁ ନପଡ଼େ ସେଥିପ୍ରତି ଅଧିକାରୀମାନେ ସତର୍କ ଦୃଷ୍ଟି ଦେବା ପାଇଁ ମନ୍ତ୍ରୀ କହିଥିଲେ । ଅଧିକାରୀମାନେ ସଦର ମହକୁମାରେ ଉପସ୍ଥିତ ରହି ଚାଷକାର୍ଯ୍ୟକୁ ଆଗେଇ ନେବା ପାଇଁ ମନ୍ତ୍ରୀ ଡ. ସାହୁ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ଚାଷୀମାନଙ୍କୁ ଯୋଗାଇ ଦିଆଯାଉଥିବା କୃଷି ସାମଗ୍ରୀର ଗୁଣାତ୍ମକ ମାନ ଓ ପରିମାଣରେ କୌଣସି ପ୍ରକାରର ସାଲିସ କରାଯିବ ନାହିଁ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ । ବୈଠକରେ ବିଭିନ୍ନ ସ୍ଥାନରେ ବର୍ଷାର ସ୍ଥିତି ସଂପର୍କରେ ବିଶଦ ଭାବରେ ଆଲୋଚନ କରାଯାଇଥିଲା । ବିଭାଗ ପକ୍ଷରୁ ବୃଷ୍ଟିପାତର ପରିମାଣ ସଂପର୍କରେ ନିୟମିତ ତର୍ଜମା କରାଯାଇ ଆବଶ୍ୟକ ପଦକ୍ଷେପ ନିଆଯାଉଛି । ଏଥି ସହିତ ମୃର୍ତ୍ତିକା ସଂରକ୍ଷଣ ଓ ଜଳଛାୟା ଉନ୍ନୟନ ପକ୍ଷରୁ ‘ମୋ ପୋଖରୀ’ ଏବଂ ବୃକ୍ଷ ରୋପଣ କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ଆଲୋଚନା କରାଯାଇଥିଲା । କୋଭିଡ-୧୯ ସ୍ଥିତିରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଆଇନରେ ବୃକ୍ଷ ରୋପଣ ଓ ‘ମୋ ପୋଖରୀ’ ଯୋଜନା କାର୍ଯ୍ୟକାରୀ କରି ଅଧିକ ଶ୍ରମ ଦିବସ ଓ ଭିତ୍ତିଭୂମି ନିର୍ମାଣ ଉପରେ ମନ୍ତ୍ରୀ ଡ. ସାହୁ ଗୁରୁତ୍ୱାରୋପ କରିଥିଲେ । ବୃକ୍ଷ ରୋପଣ କରାଯାଉଥିବା ସ୍ଥାନଗୁଡ଼ିକର ଫଟୋଚିତ୍ର ଉତ୍ତୋଳନ ସହିତ ଭିଡ଼ିଓଗ୍ରାଫି କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । କୃଷି ବିଭାଗର ବରିଷ୍ଠ ଅଧିକାରୀମାନେ ଜିଲ୍ଲା ଗସ୍ତ ସମୟରେ ନିୟମିତ ବୃକ୍ଷରୋପଣ ସ୍ଥାନଗୁଡ଼ିକର ପରିଦର୍ଶନ କରିବା ପାଇଁ ମନ୍ତ୍ରୀ କହିଥିଲେ । କୋଭିଡ୍‌-୧୯ ସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଘୋଷିତ ସ୍ୱତନ୍ତ୍ର ପ୍ୟାକେଜ ନିମନ୍ତେ ହିତାଧିକାରୀ ଚୟନ, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ‘ଆତ୍ମା’ ଆଦି ବିଷୟରେ ସବିଶେଷ ଆଲୋଚନା କରାଯାଇଥିଲା । ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ସୌରଭ ଗର୍ଗ, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡ. ଏମ୍‌. ମୁଥୁକୁମାର, ଉଦ୍ୟାନ କୃଷି ନିର୍ଦ୍ଦେଶକ ଶ୍ରୀ ରୋହିତ କୁମାର ଲେଙ୍କା, ମୃର୍ତ୍ତିକା ସଂରକ୍ଷଣ ଓ ଜଳଛାୟା ଉନ୍ନୟନ ନିର୍ଦ୍ଦେଶକ ଶ୍ରୀ ହେମନ୍ତ କୁମାର ପଣ୍ଡାଙ୍କ ସମେତ ସମସ୍ତ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଓ ନୋଡାଲ୍‌ ଅଧିକାରୀମାନେ ଯୋଗଦେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!