Monday, May 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟସ୍ତରୀୟ ନାଟ୍ୟମେଳାର ପଞ୍ଚମ ସନ୍ଧ୍ୟା;ମଞ୍ଚସ୍ଥ ହେଲା ନାଟକ ‘ପତିତପାବନ ବାନା ଆଉ କେତେ ବେଳକୁ’

by ସଞ୍ଜୟ ସ୍ୱାଇଁ
March 6, 2024
in Lifestyle, Literature, Nayagarh
ରାଜ୍ୟସ୍ତରୀୟ ନାଟ୍ୟମେଳାର ପଞ୍ଚମ ସନ୍ଧ୍ୟା;ମଞ୍ଚସ୍ଥ ହେଲା ନାଟକ ‘ପତିତପାବନ ବାନା ଆଉ କେତେ ବେଳକୁ’
132
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ଆଜି ପଞ୍ଚମ ସନ୍ଧ୍ୟାରେ ମଞ୍ଚସ୍ଥ ହୋଇଥିଲା ବହୁ ପ୍ରତିକ୍ଷିତ ନାଟକ ‘ପତିିତପାବନ ବାନା ଆଉ କେତେ ବେଳକୁ’ । ଐତିହାସିକ ପୃଷ୍ଠଭୂମି ଆଧାରରେ ଭକ୍ତ-ଭଗବାନଙ୍କ ମଧ୍ୟରେ ଥିବା ଅନନ୍ୟ ସମ୍ପର୍କର ରୂପାୟନ ଘଟିଛି ଶ୍ରୀଜଗନ୍ନାଥ ସଂସ୍କୃତି କୈନ୍ଦ୍ରିକ ଏହି ନାଟକ ମଧ୍ୟରେ । ଅବିଶ୍ୱାସ,ସନ୍ଦେହ ଭିତରେ ପାରିବାରିକ ସମ୍ପର୍କ ରୁଗ୍‌ଣ-କ୍ଷତାକ୍ତ । ସେ ସାଧାରଣ ବ୍ୟକ୍ତି ହୁଅନ୍ତୁ କିମ୍ବା ଗଜପତି ଦିବ୍ୟସିଂହ ଦେବ ହୁଅନ୍ତୁ-କିଛି ବି ପାର୍ଥକ୍ୟ ନାହିଁ । ଏକ ସାମାନ୍ୟ ଗୋଟିଏ ଫୁଲ ହାର କିପରି ଗଜପତି ମହାରାଜଙ୍କ ମନରେ ସନ୍ଦେହର ବିଷବୃକ୍ଷ ସୃଷ୍ଟି କରେ,ତାହାର ପ୍ରାମାଣିକ ରୂପ ନାଟକରେ ପ୍ରତିଫଳିତ ହୋଇଥିଲା । ନିଜ ସାନଭାଈ ସାନଦେଉଙ୍କ ସହିତ ମାତୃସମ ମହାରାଣୀଙ୍କ ପବିତ୍ର ସମ୍ପର୍କକୁ ସନ୍ଦେହ କରି ସନ୍ଦେହର ଡହଡହ ତାତିଲା ଝାଞ୍ଜିରେ ଛଟପଟ ଗଜପତିଙ୍କ ନିଷ୍ଠୁର ପ୍ରାଣଦଣ୍ଡ ଆଦେଶ ସାନଦେଉଙ୍କୁ କିପରି କଲବଲ କରିଥିଲା ତାହା ଏହି ନାଟକରେ ସ୍ପଷ୍ଟ ପ୍ରତିଫଳିତ ହେବା ସହିତ ଦର୍ଶକ ମାନଙ୍କୁ ବେଶ୍ ଭାବପ୍ରବଣ କରି ଦେଇଥିଲା ।

ନାଟ୍ୟଧାରା,ନୟାଗଡ଼ ଏବଂ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୂଲ୍ୟରେ ଆୟୋଜିତ ନାଟ୍ୟମେଳାର ପଞ୍ଚମ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ନାଟ୍ୟକାର ତଥା ଶିକ୍ଷାବିତ ପ୍ରଫେସର ରାମଚନ୍ଦ୍ର ମିଶ୍ର ଏବଂ ନାଟକର ରଚୟିତା ଗଦାଧର ନନ୍ଦ ଯୋଗଦାନ କରିଥିଲେ । ଚମତ୍କାର ନାଟ୍ୟସଂସ୍ଥା,ନୟାଗଡ଼ ପକ୍ଷରୁ ପରିବେଶିତ ଏହି ନାଟକର ନିର୍ଦ୍ଦେଶନା ଡ.ବିଜୟ କୁମାର ଚୌଧୁରୀ ଦେଇଥିବା ବେଳେ ସଙ୍ଗୀତ ସଂଯୋଜନା,ନିର୍ଦ୍ଦେଶନା ଏବଂ କଣ୍ଠଦାନ କରିଥିଲେ ଅଧ୍ୟାପିକା ଜୟଶ୍ରୀ ଦେବୀ । ନାଟକର ବିଭିନ୍ନ ଭୂମିକାରେ ରିଙ୍କୁ,ବାପି,ବାପୁ,ନିଶିକାନ୍ତ,ପ୍ରଦୀପ,ଟୁନା,ସରୋଜ,ଲକି,ସିଂ ବାବୁ, ଦେବାଂଶୀ, ପ୍ଲାଜା,ସାଇଶ୍ରୀ,କଣ୍ଢେଇ,ସୋନାଲୀ,କ୍ରିଷ୍ଣା ଏବଂ ଜୟଶ୍ରୀ ପ୍ରମୁଖଙ୍କ ଅଭିନୟ ବେଶ ମନଛୁଆଁ ହୋଇଥିଲା । ନାଟକ ପରିଚାଳନାରେ ନାଟ୍ୟଧାରା ସଭାପତି ପ୍ରମୋଦ ପଟ୍ଟନାୟକ,ସମ୍ପାଦକ ଲକ୍ଷ୍ମୀଧର ମହାପାତ୍ର ଏବଂ ନିର୍ଦ୍ଦେଶକ ଡ.ବିଜୟ ଚୌଧୁରୀଙ୍କ ସମେତ ନାଟ୍ୟଧାରା ପରିବାରର ସମସ୍ତ ସଦସ୍ୟ ସହଯୋଗ କରିଥିଲେ ।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!