Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
March 6, 2024
in Feature News
ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
97
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ BSKY ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି । ନିୟମିତ ସରକାରୀ କର୍ମଚାରୀ ଓ ଆୟକର ଦେଉଥିବା ଲୋକଙ୍କୁ ଛାଡି ଗାଁର ସବୁ ଲୋକ ଏହି ସୁବିଧା ପାଇବେ । ଆଜିଠାରୁ ଏହି କାର୍ଡ ବଣ୍ଟନ ଆରମ୍ଭ ହୋଇଥିବା ବେଳେ ମେ’ ପହିଲା ଠାରୁ ହିତାଧିକାରୀମାନେ ଏହାର ସୁବିଧା ପାଇବେ । ରାଜ୍ୟ ସରକାରଙ୍କ 5T ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ କରାଯାଉଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସାଢେ ୪ କୋଟି ଓଡିଶାବାସୀ ହେଉଛନ୍ତି ମୋ ପରିବାର । ଆପଣମାନଙ୍କ ସୁଖ ଦୁଃଖରେ ମୁଁ ସବୁବେଳେ ରହିଛି ଓ ରହିଥିବା ଆପଣମାନଙ୍କ ଖୁସି ମୋ ଖୁସି । ସୁସ୍ଥ ସମାଜ ଏକ ସମୃଦ୍ଧ ରାଷ୍ଟ୍ରର ଆଧାର ଏବଂ ସ୍ୱାସ୍ଥ୍ୟ ସହିତ ଏହାର ଗଭୀର ସମ୍ପର୍କ ରହିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମୋ ପରିବାରର ଲୋକମାନେ କିପରି ଭଲରେ ରହିବେ ସେଥିପାଇଁ ମୁଁ ସବୁବେଳେ କାମ କରି ଚାଲିଛି ଓ କରି ଚାଲିବି । ସୂଚନାଯୋଗ୍ୟ ଯେ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ପରିବାର ଯାହାକି ରାଜ୍ୟ ଜନସଂଖ୍ୟାର ୮୦ ଭାଗ ହେବେ, କ୍ୟାସ୍‌ଲେସ୍ ଚିକିତ୍ସା ସୁବିଧା ପାଉଛନ୍ତି । ମହିଳାମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଥିବାବେଳେ ପରିବାରର ଅନ୍ୟ ସଦସ୍ୟମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା କରାଯାଇଛି । ଏହି ଯୋଜନାରେ ମାସକୁ ୧ ଲକ୍ଷ ୩୦ ହଜାର ହିତାଧିକାରୀ ୮୧୬ଟି ପଞ୍ଜିକୃତ ବେସରକାରୀ ହସ୍ପିଟାଲରେ ଚିକିତ୍ସା ସୁବିଧା ପାଉଛନ୍ତି । ଏଥିପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ୨୭୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହାଦ୍ୱାରା ଆହୁରି ଅଧିକ ପରିବାର ଏହି ଯୋଜନାରେ ସାମିଲ ହୋଇପାରିବେ । କାର୍ଯ୍ୟକ୍ରମରେ ସମ୍ବଲପୁର ଜିଲ୍ଲା ରେଙ୍ଗାଲୀ ବ୍ଲକରେ ରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୁଜାରୀ ଯୋଗଦେଇ କହିଲେ ଯେ, 5Tରେ କାର୍ଯ୍ୟକାରୀ ହେଉଥିବା BSKY ହେଉଛି ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି । ଆଜି ଗ୍ରାମାଞ୍ଚଳର ସବୁ ବଞ୍ଚିତ ହିତାଧିକାରୀ ଏଥିରେ ସାମିଲ ହେଲେ । 5T ହେଉଛି ମୁଖ୍ୟମନ୍ତ୍ରୀଙ୍କ ଓଡିଶାର ଉନ୍ନତି କଳ୍ପନା । ଲୋକଙ୍କୁ ସେବା ଦେବାର କଳ୍ପନା । ଆଜି 5T ମନ୍ତ୍ର ଉପରେ ରାଜ୍ୟାବାସୀଙ୍କ ଆସ୍ଥା ବଢିଛି । ରାଜ୍ୟବାସୀଙ୍କୁ ଉନ୍ନତ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ସବୁଠାରୁ ଅଧିକ ଗୁରୁତ୍ୱ ଦିଅନ୍ତି ବୋଲି ସେ କହିଥିଲେ । 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କହିଲେ ଯେ, ରାଜ୍ୟର ପ୍ରତ୍ୟେକ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟ ସୁରକ୍ଷା ଯୋଗାଇଦେବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ, ଏହି ପରିପ୍ରେକ୍ଷୀରେ ପରବର୍ତ୍ତୀ ପର୍ଯ୍ୟାୟରେ ସହରାଞ୍ଚଳର ପ୍ରାୟ ସମସ୍ତଙ୍କୁ BSKY ନବୀନ କାର୍ଡରେ ସାମିଲ କରାଯିବ ବୋଲି ସେ କହିଥିଲେ । ଏହି ଯୋଜନାକୁ ରେକର୍ଡ ସମୟ ମଧ୍ୟରେ କାର୍ଯ୍ୟକାରୀ କରିଥିବାରୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ ସୂଚନା ପ୍ରଯୁକ୍ତି ବିଭାଗକୁ ସେ ଧନ୍ୟବାଦ ଜଣାଇଥିଲେ । ସୂଚନାଯୋଗ୍ୟ ଯେ, 5T ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ଗ୍ରାମାଞ୍ଚଳର BSKY କାର୍ଡ ପାଇବାରୁ ବହୁ ବଞ୍ଚିତ ଲୋକ ସେମାନଙ୍କୁ ଏହି ଯୋଜନାରେ ସାମିଲ କରିବା ପାଇଁ ଅନୁରୋଧ କରିଥିଲେ । ପ୍ରତିଟି ଜୀବନ ମୂଲ୍ୟବାନ ଆଦର୍ଶରେ ଅନୁପ୍ରାଣିତ ମୁଖ୍ୟମନ୍ତ୍ରୀ ଏ ବିଷୟରେ ଅବଗତ ହେବା ପରେ ଏହି ନବୀନ କାର୍ଡ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ବ୍ଲକରେ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସମ୍ବଲପୁର ବାମଡା ବ୍ଲକରେ ଜିଲ୍ଲା ପରିଷଦ ସଭାପତି କୁମୁଦିନୀ ନାୟକ, କୁଚିଣ୍ଡାରେ ବିଧାୟକ କିଶୋର ଚନ୍ଦ୍ର ନାୟକ, ରେଢାଖୋଲରେ ବିଧାୟକ ରୋହିତ ପୁଜାରୀ, ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକରେ ‘ଆମ ଓଡିଶା, ନବୀନ ଓଡିଶା’ ସଂଯୋଜିକା ଶ୍ରୀମୟୀ ଶ୍ୱେତସ୍ନିଗ୍ଧା ମିଶ୍ର, ବୋଲଗଡରେ ବିଧାୟକ ରାଜେନ୍ଦ୍ର କୁମାର ସାହୁ, ଖୋର୍ଦ୍ଧାରେ ଜିଲ୍ଲା ପରିଷଦ ସଭାପତି ରୁପଶ୍ରୀରାଣୀ ଗୁମାନ ସିଂ ଯୋଗଦେଇ କହିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଆଜି ସବୁ କ୍ଷେତ୍ରରେ ଆମ ରାଜ୍ୟ ଆଗକୁ ବଢିଛି । ସମାଜର ସବୁଠାରୁ ତଳ ଧାଡିରେ ରହୁଥିବା ବ୍ୟକ୍ତିର କଲ୍ୟାଣ ବିଷୟରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ଧ୍ୟାନ ଦେଇଥାନ୍ତି । BSKY ଆଜି ରାଜ୍ୟବାସୀଙ୍କ ପାଇଁ ସଞ୍ଜିବନୀ ସଦୃଶ୍ୟ ହୋଇଛି । ସ୍ୱାସ୍ଥ୍ୟସେବା ଓ ରାଜ୍ୟର ବିକାଶ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପକୁ ଓଡିଶାବାସୀ ସବୁବେଳେ ମନେ ରଖିବେ ବୋଲି ସେମାନେ କହିଥିଲେ । କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତ ସ୍ୱାଗତ ଭାଷଣ ଦେଇଥିଲେ ଏବଂ BSKY ସୋସାଇଟିର CEO ଧନ୍ୟବାଦ ଅର୍ପଣ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!