Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟିଟିଲାଗଡ଼ ଉପକାରାଗାରରୁ ୨ ହତ୍ୟାକାରୀ କଏଦୀ ଫେରାର

by ସଞ୍ଜୟ ସ୍ୱାଇଁ
March 10, 2024
in Crime, State
ଟିଟିଲାଗଡ଼ ଉପକାରାଗାରରୁ ୨ ହତ୍ୟାକାରୀ କଏଦୀ ଫେରାର
41
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ଉପକାରାଗାରରୁ ୨ ଜଣ କଏଦୀ ଫେରାର ହୋଇଯାଇଛନ୍ତି। ଉଭୟ ଭିନ୍ନ ଭିନ୍ନ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ସଜା କାଟୁଥିଲେ। ଫେରାର ହୋଇଯାଇଥିବା ହତ୍ୟାକାରୀମାନେ ହେଉଛନ୍ତି ଶୋଭାବନ ରଣା ଓ ସୁମିତ କୁମାର ବିହାରୀ। ଶୋଭାବନ ୩ ବର୍ଷ ହେଲା ସଜା କାଟୁଥିବା ବେଳେ ସୁମିତ ୨ ବର୍ଷ ହେଲା ସଜା କାଟୁଥିଲା। ଟିଟିଲାଗଡ଼ ଉପକାରାଗାରର ଭାରପ୍ରାପ୍ତ ଜେଲର ଚୈତନ୍ୟ ପଧାନଙ୍କ ସୂଚନା ଅନୁଯାୟୀ, ଗତକାଲି ରାତି ପ୍ରାୟ ୮ଟା ବେଳକୁ ଏହି ଦୁଇ କଏଦୀ ଫେରାର ହୋଇଯାଇଥିଲେ। ସେମାନେ ଜେଲ୍‌ର ପ୍ରାୟ ୧୪ ଫୁଟ୍ ଉଚ୍ଚ କାନ୍ଥ ଡେଇଁ ଫେରାର ହୋଇଯାଇଥିଲେ। ବାହାରୁ କେହି ସେମାନଙ୍କୁ ସାହାଯ୍ୟ କରିଥିବା ଅନୁମାନ କରାଯାଉଛି। ଫେରାର ହେବା ପାଇଁ ଶୋଭନ ଓ ସୁମିତଙ୍କୁ ଜେଲ୍ ଭିତରୁ କେହି ସହାୟତା କରିଥିବା କୁହାଯାଉଥିବା ବେଳେ ଭାରପ୍ରାପ୍ତ ଜେଲର ଚୈତନ୍ୟ ପଧାନ ଏହାକୁ ଖଣ୍ଡନ କରିଛନ୍ତି। ଅନ୍ୟପକ୍ଷରେ ଜେଲ୍‌ରେ ଲାଗିଥିବା ସିସିଟିଭି ଅଚଳ ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଟିଟିଲାଗଡ଼ ଉପକାରାଗାରରେ କଏଦୀ ଓ ବିଚାରାଧୀନ କଏଦୀଙ୍କୁ ମିଶାଇ ମୋଟ ୬୧ ଜଣ ଅଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!