Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଓଡିଶା ନେତାଙ୍କ ନାଁ ନାହିଁ

by ସଞ୍ଜୟ ସ୍ୱାଇଁ
March 13, 2024
in NATIONAL NEWS, Politics
ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଓଡିଶା ନେତାଙ୍କ ନାଁ ନାହିଁ
117
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): ଆଗାମୀ ଲୋକସଭା ନିର୍ବାଚନ ପାଇଁ ଆଜି ବିଜେପି ଦ୍ୱିତୀୟ ପର୍ଯ୍ୟାୟରେ ୭୨ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ୧୯୫ ଜଣଙ୍କ ନାଁ ଘୋଷଣା କରିଥିଲା। ଆଜି ଦଳ ଆଉ ୭୨ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ସାର୍ବଜନୀନ କରିଛି। ଏହି ପର୍ଯ୍ୟାୟରେ କେନ୍ଦ୍ରମନ୍ତ୍ରୀ ନୀତୀନ ଗଡକରୀ ଓ ହରିଆଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟରଙ୍କୁ ଟିକେଟ ଦେଇଛି ବିଜେପି। ପୂର୍ବଭଳି ଗଡକରୀ ମହାରାଷ୍ଟ୍ରର ନାଗପୁରରୁ ନିର୍ବାଚନ ଲଢ଼ିବେ। ୨୦୧୪ ଓ ୨୦୧୯ରେ ସେ ଏହି ଆସନରେ ଜିତି ଲୋକସଭାକୁ ଯାଇଥିଲେ। ୨୦୧୯ରେ ସେ କଂଗ୍ରେସର ନାନା ପାଟୋଲେଙ୍କୁ ପରାସ୍ତ କରିଥିଲେ। ସେହିପରି ମଙ୍ଗଳବାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ଖଟ୍ଟର ହରିଆଣାର କର୍ଣ୍ଣାଲ ଆସନରୁ ପ୍ରାର୍ଥୀ ହୋଇଛନ୍ତି। ଖଟ୍ଟର ପ୍ରଥମଥର ପାଇଁ ଲୋକସଭା ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି। ୨୦୧୯ରେ କୁରୁକ୍ଷେତ୍ରରୁ ନାୟବ ସିଂହ ସୈନି ଜିତିଥିଲେ। ମଙ୍ଗଳବାର ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ସେ ମୁଖ୍ୟମନ୍ତ୍ରୀ ହୋଇଥିବାରୁ ତାଙ୍କ ସ୍ଥାନ ଖାଲି ପଡ଼ିଛି। ଏହି ସ୍ଥାନରେ ଖଟ୍ଟର ଲଢ଼ିବେ ବୋଲି କୁହାଯାଉଥିଲା। କିନ୍ତୁ ବିଜେପି ତାଙ୍କୁ କର୍ଣ୍ଣାଲରୁ ପ୍ରାର୍ଥୀ କରିଛି। ଆଜି ଯେଉଁ ୭୨ଟି ଆସନ ପାଇଁ ଦଳ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛି ସେଥିରେ ଗୁଜୁରାଟର ୧୦, ହରିଆଣାର ୬, କର୍ଣ୍ଣାଟକାର ୨୦, ହିମାଚଳ ପ୍ରଦେଶର ୨, ମଧ୍ୟପ୍ରଦେଶର ୫, ମହାରାଷ୍ଟ୍ରର ୨୦, ତେଲେଙ୍ଗାନାର ୬, ଦିଲ୍ଲୀ ଓ ଉତ୍ତରାଖଣ୍ଡର ୨ଟି ଲେଖାଏ ଓ ତ୍ରିପୁରା ଓ ଦାଦର-ନଗରହାଭେଳିର ଜଣେ ଲେଖାଏ ପ୍ରାର୍ଥୀ ରହିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!