Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାତି ଅଧରେ ଗୁଳି ଫୁଟାଇଲେ ଶିକାରୀ, ଗୁରୁତର ହେଲେ ବନ କର୍ମଚାରୀ

by ସଞ୍ଜୟ ସ୍ୱାଇଁ
March 19, 2024
in Crime, State
ରାତି ଅଧରେ ଗୁଳି ଫୁଟାଇଲେ ଶିକାରୀ, ଗୁରୁତର ହେଲେ ବନ କର୍ମଚାରୀ
57
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ଜଙ୍ଗଲରେ ପାଟ୍ରୋଲିଂ ବେଳେ ମୁହାଁମୁହିଁ ହେଲେ ଶିକାରୀ ଓ ବନ କର୍ମଚାରୀ। ଆଉ ତା’ ପରେ ଶିକାରୀଙ୍କ ଗୁଳି ମାଡ଼ର ଶିକାର ହେଲେ ବନ କର୍ମଚାରୀ। ଏହି ଗୁଳି ମାଡ଼ ଘଟଣାରେ ୨ ବନ କର୍ମଚାରୀ ଗୁରୁତର ହୋଇଥିବା ବେଳେ ଜଣେ ସାମାନ୍ୟ ଆହତ ହୋଇଛନ୍ତି। ଏପରି ଏକ ଅଘଟଣ ଗତକାଲି ବିଳମ୍ବିତ ରାତିରେ ବାଲେଶ୍ୱର ଜିଲ୍ଲା ପଞ୍ଚଲିଙ୍ଗେଶ୍ୱର ବିଟ୍ ଅଞ୍ଚଳରେ ଘଟିଛି। ପଞ୍ଚଲିଙ୍ଗେଶ୍ୱର ବିଟ୍ ଅଞ୍ଚଳରେ କିଛି ଶିକାରୀ ପଶିଥିବା ଖବର ପାଇ ଗତ ରାତି ପ୍ରାୟ ୮ଟା ବେଳେ ପାଟ୍ରୋଲିଂ ଟିମ୍‌ ଜଙ୍ଗଲକୁ ଯାଇଥିଲେ। ସେଠାରେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିବା ପରେ ରାତି ପ୍ରାୟ ୨ଟା ବେଳେ ସେମାନେ ଶିକାରୀଙ୍କ ସହ ମୁହାଁମୁହିଁ ହୋଇଥିଲେ। ଉକ୍ତ ସମୟରେ ଜଙ୍ଗଲରେ ଦୁଇ ଶିକାରୀ ଥିବା ବେଳେ ବନ କର୍ମଚାରୀ ସେମାନଙ୍କୁ କାବୁ କରିବାକୁ ଚେଷ୍ଟା କରିଥିଲେ। ମାତ୍ର ବନ କର୍ମଚାରୀଙ୍କ କବଳରୁ ମୁକୁଳିବାକୁ ଶିକାରୀଦ୍ୱୟ ଗୁଳିମାଡ଼ କରିଥିଲେ। ଏଥିରେ ୨ ବନ କର୍ମଚାରୀଙ୍କ ଦେହରେ ଗୁଳି ବାଜିଥିବା ବେଳେ ସେମାନଙ୍କ ଅବସ୍ଥା ଗୁରୁତର ଅଛି। ଆଉ ଜଣେ ବନ କର୍ମଚାରୀ ଡେଇଁ ପଡ଼ିଥିବା ବେଳେ ସାମାନ୍ୟ ଆହତ ହୋଇଛନ୍ତି। ଖବର ପାଇ ତୁରନ୍ତ ବନ ବିଭାଗ ପକ୍ଷରୁ ଗୁରୁତର ଦୁଇ ବନ କର୍ମଚାରୀଙ୍କୁ ପ୍ରଥମେ ବାଲେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ଉଭୟଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଏହି ଘଟଣାରେ ସମ୍ପୃକ୍ତ ୨ ଶିକାରୀଙ୍କୁ ଗିରଫ କରିଛି କୁଳଡିହା ବନ ବିଭାଗ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!