ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା ମହାମାରୀ କାୟା ବିସ୍ତାରି ଚାଲିଥିବା ବେଳେ ଆଜି ୩୧ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି । ଜିଲ୍ଲାରେ ଯେଉଁ ତୁଳନାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି, ସେହି ତୁଳନାରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଥିବା ଜଣାଯାଇଛି ।






