Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଝିଅର ଆତ୍ମହତ୍ୟା, ଶାଶୁଘରେ ନିଆଁ ଲଗାଇଦେଲେ ବାପଘର ଲୋକ, ୨ ମୃତ

by ସଞ୍ଜୟ ସ୍ୱାଇଁ
March 19, 2024
in Crime, NATIONAL NEWS
ଝିଅର ଆତ୍ମହତ୍ୟା,  ଶାଶୁଘରେ ନିଆଁ ଲଗାଇଦେଲେ ବାପଘର ଲୋକ, ୨ ମୃତ
146
VIEWS
Share on FacebookShare on Twitter

ଉତ୍ତରପ୍ରଦେଶ, (ବାଘୁଆବାର୍ତ୍ତା): ଉତ୍ତରପ୍ରଦେଶର ପ୍ରୟାଗରାଜରୁ ଏକ ଲୋମହର୍ଷଣକାରୀ ଘଟଣା ସାମ୍ନାକୁ ଆସିଛି। ଶାଶୁଘରେ ଝିଅ ଆତ୍ମହତ୍ୟା କରିଥିବା ଜାଣିବା ପରେ ବାପଘର ଲୋକ ଘଟାଇଛନ୍ତି ଜଘନ୍ୟ କାଣ୍ଡ। ଉତ୍ତ୍ୟକ୍ତ ହୋଇ ଝିଅର ଶାଶୁଘରେ ନିଆଁ ଲଗାଇ ଦେଇଛନ୍ତି, ଫଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତ ମହିଳା ଜଣକ ହେଉଛନ୍ତି ଆଂଶିକା କେଶରୱାନୀ। ସେ ଗତ ବର୍ଷ ଫେବୃଆରୀରେ ବିବାହ କରିଥିଲେ। ଗତକାଲି ଶାଶୁଘରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ଆଂଶିକାଙ୍କ ମୃତ୍ୟୁ ଖବର ଶୁଣିବା ମାତ୍ରେ ତାଙ୍କ ବାପଘର ଲୋକେ ଶାଶୁଘରେ ପହଞ୍ଚି ଯୌତୁକ ନିର୍ଯାତନାର ଅଭିଯୋଗ ଆଣିଥିଲେ। ଆଂଶିକାଙ୍କ ଆତ୍ମହତ୍ୟା ପାଇଁ ସେମାନେ ଶାଶୁଘର ଲୋକଙ୍କୁ ଦାୟୀ କରିଥିଲେ। ଏହାକୁ ନେଇ ଦୁଇ ପରିବାର ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଝଗଡ଼ା ବଢିବା ପରେ ବାପଘର ଲୋକେ ଉତ୍ତ୍ୟକ୍ତ ହୋଇ ଶାଶୁଘରେ ନିଆଁ ଲଗାଇ ଦେଇଥିଲେ। ଏଥିରେ ଶାଶୁ ଓ ଶ୍ୱଶୁର ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ପ୍ରୟାଗରାଜ ଡେପୁଟି ପୁଲିସ କମିଶନର ଦୀପକ ଭୁକେର କହିଛନ୍ତି ଯେ, ଗତକାଲି ରାତି ୧୧ଟାରେ ଜଣେ ମହିଳା ଆତ୍ମହତ୍ୟା କରିଥିବା ନେଇ ସେମାନେ ଖବର ପାଇଥିଲେ। ଘଟଣାସ୍ଥଳରେ ପହଞ୍ଚିବା ବେଳକୁ ଦୁଇ ପରିବାର ମଧ୍ୟରେ ପ୍ରବଳ ଯୁକ୍ତିତର୍କ ଚାଲିଥିଲା। ଏହାପରେ ମୃତ ମହିଳାଙ୍କ ବାପଘର ଲୋକ ଶାଶୁଘରେ ନିଆଁ ଲଗାଇ ଦେଇଥିଲେ। ତୁରନ୍ତ ପାଞ୍ଚ ଜଣଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯିବା ସହ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ କରିଥିଲା। ରାତି ପ୍ରାୟ ତିନିଟା ସମୟରେ ନିଆଁକୁ ଆୟତ୍ତ କରାଯିବା ପରେ ଘର ଭିତରୁ ଦୁଇ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଦ୍ୱୟ ଆଂଶିକାଙ୍କ ଶାଶୁ ଓ ଶ୍ୱଶୁର ବୋଲି ଜଣାପଡିଛି। ଏନେଇ ମାମଲା ରୁଜୁ କରାଯାଇ ତଦନ୍ତ ଆରମ୍ଭ ହୋଇଥିବା ଡେପୁଟି କମିଶନର କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!