ନୟାଗଡ, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ ଫତେଗଡ଼ ଥାନା ଅଞ୍ଚଳରେ ଦେଖାଯାଇଛି ଅଘଟଣ । ଗତ କିଛି ଦିନ ଧରି ଫତେଗଡ଼ ଥାନା ଅଞ୍ଚଳ ଗିରିଗୋବର୍ଦ୍ଧନ ପିଠରେ ଶ୍ରୀରାମ ମନ୍ଦିର ପ୍ରତିଷ୍ଠା କରାଯାଇଥିଲା । କିଛି ଦୁର୍ବୃତ୍ତ ଗତ କାଲି ରାତିରେ ମନ୍ଦିରରୁ ହୁଣ୍ଡି ଭାଙ୍ଗି ସୁନା, ରୁପା ଓ ଟଙ୍କା ଲୁଟ କରିଥିବା ଅଭିଯୋଗ ହୋଇଛି । ନୟାଗଡ ଜିଲ୍ଲା ଫତେଗଡ ଥାନା ଅନ୍ତର୍ଗତ ଗିରିଗୋବର୍ଦ୍ଧନ ପାହାଡ ଉପରେ ନବନିର୍ମିତ ଶ୍ରୀରାମ ମନ୍ଦିରରୁ ଏହି ଚୋରି ହୋଇଥିବା ଅଭିଯୋଗ ହୋଇଛି। ବିଳମ୍ୱିତ ରାତିରେ ମନ୍ଦରିରୁ ଚୋରି କରି ଫେରାର ମାରିଛନ୍ତି ଦୁର୍ବୃତ୍ତ। ଆଜି ସକାଳେ ମନ୍ଦିର ପୂଜାରି ପୂଜା କରିବାକୁ ଆସିଥିବା ବେଳେ ମୁଖ୍ୟ ଫାଟକ ତାଲା ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲେ। ଏହାସହ ମନ୍ଦିର ଭିତର ହୁଣ୍ଡି ଭଙ୍ଗା ଯାଇଥିବା ଦେଖିଥିଲେ। ତେବେ ହୁଣ୍ଡିରେ ଭକ୍ତ ଦାନ ଦେଇଥିବା ଟଙ୍କା, ସୁନା, ରୁପା ଏବଂ ଅନ୍ୟାନ୍ୟ ଜିନିଷକୁ ଦୁର୍ବୃତ୍ତ ମାନେ ନେଇଯାଇଥିଲେ। ଏନେଇ ପୂଜକ ମନ୍ଦିର କମିଟିକୁ ଜଣାଇଥିଲେ। ମନ୍ଦିର କମିଟି ପକ୍ଷରୁ ଫତେଗଡ ଥାନାରେ ଅଭିଯୋଗ କରାଯାଇଥିବା ବେଳେ ପୁଲିସ ତଦନ୍ତ ଜାରି ରଖିଛି।





