Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦିଲ୍ଲୀରେ ରାଜ୍ୟ ବିଜେପିର ଟିକେଟ୍ ଚର୍ଚ୍ଚା, ଓଡିଶା ପାଇଁ ଘୋଷଣା ହୋଇପାରେ ପ୍ରାର୍ଥୀଙ୍କ ନାଁ

by ସଞ୍ଜୟ ସ୍ୱାଇଁ
March 20, 2024
in NATIONAL NEWS, Politics
ଦିଲ୍ଲୀରେ ରାଜ୍ୟ ବିଜେପିର ଟିକେଟ୍ ଚର୍ଚ୍ଚା,  ଓଡିଶା ପାଇଁ ଘୋଷଣା ହୋଇପାରେ ପ୍ରାର୍ଥୀଙ୍କ ନାଁ
172
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): ଆଜି ଦିଲ୍ଲୀରେ ବିଜେପିର ସିଇସି ଅର୍ଥାତ୍ କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ବସୁଛି । ଏଥିରେ ଓଡ଼ିଶା ସମ୍ପର୍କରେ ଆଲୋଚନା ହେବ । ବିଜେପିର ରାଜ୍ୟ ନିର୍ବାଚନ କମିଟି ବୈଠକରେ ପ୍ରସ୍ତୁତ ହୋଇଥିବା ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଧରି ଦିଲ୍ଲୀ ଯାଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଓଡ଼ିଶା ସମେତ ୮ ରାଜ୍ୟର ଲୋକସଭା ପ୍ରାର୍ଥୀ ତାଲିକା ଚୂଡାନ୍ତ ହୋଇପାରେ ବୋଲି କୁହାଯାଉଛି । ବିଜେପି ପ୍ରଥମ ପର୍ଯ୍ୟାୟରେ ୧୯୫ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୭୨ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା । କିନ୍ତୁ ୨୬୭ ଆସନ ମଧ୍ୟରୁ ଓଡିଶାର କୌଣସି ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ନଥିଲା । ଆଉ ଚର୍ଚ୍ଚା ହେଉଥିଲା ବିଜେଡି-ବିଜେପି ମେଣ୍ଟ ପାଇଁ ନାଁ ଘୋଷଣା ବିଳମ୍ବ ହେଉଛି । ତେବେ ମେଣ୍ଟ ଚର୍ଚ୍ଚା ଭିତରେ ଯେଉଁ ଯେଉଁ ଆସନ ବିଜେପି ଭାଗରେ ପଡିବା ଏକ ପ୍ରକାର ନିଶ୍ଚିତ ସେହି, ଆସନ ପାଇଁ ଦଳ ପ୍ରାର୍ଥୀ ଘୋଷଣା କରିପାରେ ବୋଲି ଚର୍ଚ୍ଚା ହେଉଛି । ଏପଟେ କିନ୍ତୁ ବିଜେପି ବିଧାୟକ କହିଛନ୍ତି, ଆମେ ୧୪୭ ବିଧାନସଭା ଓ ୨୧ ଲୋକସଭା ପାଇଁ ପ୍ରସ୍ତୁତ ହେଉଛି । ପ୍ରାର୍ଥୀଙ୍କ ସମ୍ଭାବ୍ୟ ତାଲିକା ପ୍ରସ୍ତୁତ ହେଉଛି । ତେବେ ପ୍ରାର୍ଥୀ ତାଲିକା ଯେତେ ବିଳମ୍ବ ହେବ, ମେଣ୍ଟ ଚର୍ଚ୍ଚା ସେତେ ଅଧିକ ହେବ ବୋଲି ରାଜନୀତି ସମୀକ୍ଷକ କହିଛନ୍ତି । ତେଣୁ, ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଓଡିଶାର କୌଣସି ନେତାଙ୍କ ନାଁ ଘୋଷଣା ହେଉଛି କି ଆହୁରି ବିଳମ୍ବ ହେବ ତା ଉପରେ ସମସ୍ତଙ୍କ ନଜର ରହିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!