ନୟାଗଡ଼, (ବାଘୁଆବାର୍ତ୍ତା): ଜିଲ୍ଲାର ଆଜି ଚିହ୍ନଟ ହୋଇଥିବା ସମସ୍ତ ୧୦୫ ଆକ୍ରାନ୍ତ ସ୍ଥାନୀୟ ସଂକ୍ରମିତ ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଥିବା ବେଳେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ସେ ଏମ୍ସ ହସ୍ପିଟାଲରେ ଚିକିତ୍ସାଧିନ ଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିବା ଏବଂ ତାଙ୍କର ଡାଇବେଟିସ୍ ରୋଗ ରହିଥିବା ଜଣାଯାଇଛି । ଗତ ୧୦ ତାରିଖରେ ସେ ମୃତ୍ୟୁ ବରଣ କରିଥିବା ସୂଚନା ମିଳିଥିବା ବେଳେ ଏହି ବ୍ୟକ୍ତି ଜଣଙ୍କ ବୟସ ୪୦ ବର୍ଷ ବୋଲି ଜଣାଯାଇଛି ।






