Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ନିର୍ବାଚନ ମଣ୍ଡଳୀ, ବିଜେପି ତ୍ୟାଗ କରି ବିଜେଡିରେ ସାମିଲ ହେଉଛନ୍ତି ନେତା

by ସଞ୍ଜୟ ସ୍ୱାଇଁ
March 23, 2024
in Nayagarh, Politics, State
ନୟାଗଡ଼ ନିର୍ବାଚନ ମଣ୍ଡଳୀ, ବିଜେପି ତ୍ୟାଗ କରି ବିଜେଡିରେ ସାମିଲ ହେଉଛନ୍ତି ନେତା
930
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଆଗକୁ ଆସୁଛି ସାଧାରଣ ନିର୍ବାଚନ । ଏହି ନିର୍ବାଚନରେ ଦିନକୁ ଦିନ ଶକ୍ତିଶାଳୀ ହେଉଛି ବିଜେଡି । ଗତ କିଛି ଦିନ ଧରି ବିଜେପି ଦଳର ନେତା ମାନେ ନିଜ ଦଳ ତ୍ୟାଗ କରିବାରେ ଲାଗିଛନ୍ତି । ଯାହା ବିଜେପି ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି । ବିଜେପି ଦଳର ପୁରୁଖା ନେତା ମାନେ ବିଜେଡିରେ ଯୋଗ ଦେଉଛନ୍ତି । ଯେଉଁଥି ପାଇଁ ଦିନକୁ ଦିନ ବିଜେଡି ଶକ୍ତିଶାଳୀ ହେବାରେ ଲାଗିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିତି ଆଦର୍ଶରେ ଅନୁପ୍ରାଣୀତ ହୋଇ ବିରୋଧୀ ଦଳର ନେତା ମାନେ ବିଜେଡିରେ ସାମିଲ ହେଉଥିବା କଥା ପ୍ରକାଶ କରୁଛନ୍ତି ।

ଆଜି ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଉପସ୍ଥିତିରେ ବିରୋଧୀ ବିଜେପି ଦଳର ଟାଣୁଆ କର୍ମୀ ମାନେ ବିଜେଡିରେ ସାମିଲ ହୋଇଛନ୍ତି । ନୟାଗଡ଼ ବ୍ଲକ ଅନ୍ତର୍ଗତ ବାଲୁଗାଁ ଗ୍ରାମ ପଞ୍ଚାୟତର ବିଜେପି ନେତା ପୂର୍ଣ୍ଣଚନ୍ଦ୍ର ଦଳବେହେରାଙ୍କ ସମେତ ଅନେକ କର୍ମୀ ଆଜି ବିଜେଡିରେ ଯୋଗ ଦେଇଛନ୍ତି । ଆଗାମୀ ଦିନରେ ବାଲୁଗାଁ ପଞ୍ଚାୟତ ବିଜେଡିକୁ ସୁଦୃଢ଼ କରିବେ ବୋଲି ସଙ୍କଳ୍ପ କରିଛନ୍ତି । ଆଜିର ଏହି ମିଶ୍ରଣ ପର୍ବରେ ସ୍ଥାନୀ ୟସରପଞ୍ଚ ମନୋଜ କୁମାର ନାୟକ, ପଞ୍ଚାୟତ ପର୍ଯ୍ୟବେକ୍ଷକ ପ୍ରମୋଦ କୁମାର ନାୟକ, ଯୁବ ନେତା ସଂଗ୍ରାମ ଜୟସିଂ ଓ ଶୋମନାଥ ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!