Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜି ଶଙ୍ଖ ଧରିବେ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ

by ସଞ୍ଜୟ ସ୍ୱାଇଁ
March 27, 2024
in Politics, State
ଆଜି ଶଙ୍ଖ ଧରିବେ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ
192
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଜି ଶଙ୍ଖ ଧରିବେ କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ସାନପୁଅ କ୍ୟାପଟେନ ମନ୍ମଥ ରାଉତରାୟ । ପୁରୁଣା ଭୁବନେଶ୍ୱର ମାଉସୀ ମା ଛକରୁ ସମର୍ଥକ ମାନଙ୍କୁ ଧରି ବିରାଟ ପଟୁଆରରେ ଯାଇ ଶଙ୍ଖ ଭବନରେ ବିଜେଡିରେ ମିଶିବେ ମନ୍ମଥ । ଦୀର୍ଘ ଦିନ ଧରି ମନ୍ମଥ କେଉଁ ଦଳକୁ ଯିବେ ଚର୍ଚ୍ଚା ଲାଗି ରହିଥିବା ବେଳେ ଶେଷରେ ସେ ବିଜେଡି ସାମିଲ ହେଉଥିବା ଚର୍ଚ୍ଚା ହେଉଛି । କିଛି ମାସ ତଳେ ପାଇଲଟ ଚାକିରୀରୁ ସ୍ୱେଛାକୃତ ଭାବେ ଅବ୍ୟାହତି ନେବା ପରେ ରାଜନୀତିରେ ସାମିଲ ହେବାକୁ ମନ ବଳାଇଥିଲେ ମନ୍ମଥ । ପ୍ରଥମରୁ ବାପାଙ୍କ ପଥ ଅନୁସରଣ କରି ମନ୍ମଥ ମଧ୍ୟ ଜଟଣୀରୁ କଂଗ୍ରେସ ଟିକେଟରେ ଲଢିବା ନେଇ ଚର୍ଚ୍ଚା ହେଉଥିଲା । ତେବେ ସେ ସମୟରେ କଂଗ୍ରେସରୁ ଲଢିବେନି ବୋଲି ମନା କରିଥିଲେ ମନ୍ମଥ । ଏବେ ସେ ବିଧିବଦ୍ଧ ଭାବେ ନିଜ ସମର୍ଥକ ମାନଙ୍କୁ ଧରି ବିଜେଡିରେ ସାମିଲ ହେବେ ବୋଲି ଜଣାପଡିଛି । ଅନ୍ୟପଟେ ପୁଅ ବିଜେଡିରେ ସାମିଲ ହେଲେ ମନ୍ମଥ କିମ୍ବା ବିଜେଡି ପାଇଁ କେବେ ବି ପ୍ରଚାର କରିବେ ନାହିଁ ବୋଲି କହିଛନ୍ତି ଜଟଣୀ ବିଧାୟକ ସୁର ରାଉତରାୟ । କଂଗ୍ରେସର ମୋର ଜନ୍ମ, ଏବଂ କଂଗ୍ରେସରେ ହିଁ ମୋର ମୃତ୍ୟୁ ହେବ ବୋଲି କହିଛନ୍ତି ସୁର ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!