Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେଡିରେ ଯୋଗ ଦେଲେ ସୁରଙ୍କ ସାନପୁଅ ମନ୍ମଥ ରାଉତରାୟ

by ସଞ୍ଜୟ ସ୍ୱାଇଁ
March 27, 2024
in Politics, State
ଆଜି ଶଙ୍ଖ ଧରିବେ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ
190
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବିଜେଡିରେ ଯୋଗ ଦେଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କ ସାନପୁଅ ମନ୍ମଥ ରାଉତରାୟ । ହଜାର ହଜାର ଦଳୀୟ ସମର୍ଥକଙ୍କ ସହ ଆସି ଶଙ୍ଖ ଭବନରେ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି । ସାଂସଦ ମାନସ ମଙ୍ଗରାଜ, ସାଂସଦ ସସ୍ମିତ ପାତ୍ର ଓ ବିଜେଡି ନେତା ବିଭୂତି ବଳବନ୍ତରାୟଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି କ୍ୟାପଟେନ ମନ୍ମଥ ରାଉତରାୟ । ଏହାପୂର୍ବରୁ ଶଙ୍ଖ ଭବନରେ ପହଞ୍ଚି ମନ୍ମଥ କହିଥିଲେ, ଏହା ମୋ ପାଇଁ ଗର୍ବର ମୁହୂର୍ତ୍ତ । ଓଡ଼ିଶାର ଏକ ନମ୍ବର ଦଳ ମୋତେ ଚୟନ କରିଛି । ମୋତେ ଯାହା ବି ଦାୟିତ୍ୱ ମିଳିବ ତାହାକୁ ତୁଲାଇବି । ନିର୍ବାଚନ ଲଢିବି କି ନାହିଁ ତାହା ଦଳ ନିଷ୍ପତ୍ତି ନେବେ । ମୁଁ ଶୃଙ୍ଖଳିତ କର୍ମୀ ଭଳି କାମ କରିବି । ଅନ୍ୟପଟେ ମନ୍ମଥ ବିଜେଡି ଟିକେଟରୁ ଜଟଣୀରୁ ଲଢିପାରନ୍ତି ବୋଲି ଚର୍ଚ୍ଚା ହେଉଛି । ଏପରିକି ଭୁବନେଶ୍ୱର ଲୋକସଭା ଆସନରେ ମଧ୍ୟ ମନ୍ମଥଙ୍କୁ ଦଳ ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ଜୋର ଧରିଛି । ତେବେ ମନ୍ମଥ ବିଜେଡିରେ ମିଶିବା ପରେ ତାଙ୍କୁ ଦଳ କଣ ଦାୟିତ୍ୱ ଦେଉଛି ତାହା ଉପରେ ସମସ୍ତଙ୍କର ନଜର ରହିବ । କିଛି ମାସ ତଳେ ପାଇଲଟ ଚାକିରୀରୁ ସ୍ୱେଛାକୃତ ଭାବେ ଅବ୍ୟାହତି ନେବା ପରେ ରାଜନୀତିରେ ସାମିଲ ହେବାକୁ ମନ ବଳାଇଥିଲେ ମନ୍ମଥ । ପ୍ରଥମରୁ ବାପାଙ୍କ ପଥ ଅନୁସରଣ କରି ମନ୍ମଥ ମଧ୍ୟ ଜଟଣୀରୁ କଂଗ୍ରେସ ଟିକେଟରେ ଲଢିବା ନେଇ ଚର୍ଚ୍ଚା ହେଉଥିଲା । କିନ୍ତୁ କଂଗ୍ରେସରୁ ଲଢିବେନି ବୋଲି ସ୍ପଷ୍ଟ ମନା କରିଥିଲେ ମନ୍ମଥ । ଅନ୍ୟପଟେ ପୁଅ ବିଜେଡିରେ ସାମିଲ ହେବାକୁ ନେଇ ସୁର କହିଛନ୍ତି, ଯେତେ ଚେଷ୍ଟା କଲି ପାରିଲିନି, ଅଭିମାନ କଲା । ସେଥି ପାଇଁ ଛାଡିଦେଲି ବିଜେଡିରେ ମିଶିବା ପାଇଁ । ଭଗବାନଙ୍କୁ ଡାକୁଛି, ମୋ ପୁଅକୁ ଜିତେଇ ଦିଅ । ମନ୍ମଥଙ୍କୁ ସହଯୋଗ କରିବି କିନ୍ତୁ ପ୍ରଚାର କରିବାକୁ ଯିବିନି । ବିଜେଡି ମୋ ପୁଅକୁ ନେଇଛି, ଆଶା ସେମାନେ ଉପଯୁକ୍ତ ସମ୍ନାନ ଦେବେ କହିଛନ୍ତି ସୁର ରାଉତରାୟ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!