Monday, July 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ବିଶୋୟୀ ରାଜ୍ୟ ସୂଚନା କମିଶନର

by Anil Panda
August 14, 2020
in Feature News, Nayagarh
ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ବିଶୋୟୀ ରାଜ୍ୟ ସୂଚନା କମିଶନର
440
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଓଡିଶାର ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ବିଶୋୟୀଙ୍କୁ ରାଜ୍ୟ ସୂଚନା କମିଶନର ସଦସ୍ୟ ଭାବେ ନିଯୁକ୍ତି ଦେବାଲାଗି ଆଜି ନିଷ୍ପତ୍ତି ହୋଇଛି। କମିଶନ ସଦସ୍ୟ ଚୟନ ଲାଗି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କୁ ନେଇ ଗଠିତ ଚୟନ କମିଟିର ବୈଠକରେ ଶ୍ରୀ ବିଶୋୟୀଙ୍କ ନାମ ସର୍ବସମ୍ମତ୍ତି କ୍ରମେ ନିର୍ଦ୍ଧାରିତ ହୋଇଛି। ରାଜ୍ୟପାଳଙ୍କ ସ୍ଵୀକୃତି ମିଳିବା ପରେ ସେ ସୂଚନା କମିଶନ ସଦସ୍ୟ ଭାବେ ନିଯୁକ୍ତି ପାଇବେ। ଜଣେ ସାମ୍ବାଦିକ ଭାବେ ସୂଚନା କମିଶନ ସଦସ୍ୟ ଭାବେ ଦାୟିତ୍ଵ ନେବାରେ ଶ୍ରୀ ବିଶୋୟୀ ପ୍ରଥମ। ସେ ‘ଇଣ୍ଡିଆନ୍‌ ଏକ୍ସପ୍ରେସ୍‌’, ‘ଏମ୍‌ବିସି ଟିଭି’ର ପୂର୍ବତନ୍‌ ଏଡିଟର୍‌ ଇନ୍‌ ଚିଫ୍‌, ଓଡ଼ିଆ ଦୈନିକ ଖବର କାଗଜ ‘ସମୟ’ର ପୂର୍ବତନ ଏଡିଟର୍‌, ‘ଫାଇନାନ୍‌ସିଆଲ୍‌ ଏକ୍ସପ୍ରେସ୍‌’ର ପୂର୍ବତନ ଓଡ଼ିଶା ମୁଖ୍ୟ ଭାବେ କାର୍ଯ୍ୟ କରିଛନ୍ତି। ଟେଲିଭିଜନରେ ଜଣେ ରାଜନୈତିକ ସମୀକ୍ଷକ ଭାବରେ ତାଙ୍କର ଆଉ ଏକ ପରିଚୟ ମଧ୍ୟ ରହିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!