Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡବଲ ଶଙ୍ଖ ଆହ୍ବାନ ଦେଲେ ଅରୂପ ଓ ଅରୁଣ, ‘ମାଟି ମା’ ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ସୁଯୋଗ ଦେଇଛନ୍ତି’

by ସଞ୍ଜୟ ସ୍ୱାଇଁ
March 28, 2024
in Nayagarh, Politics, State
ଡବଲ ଶଙ୍ଖ ଆହ୍ବାନ ଦେଲେ ଅରୂପ ଓ ଅରୁଣ, ‘ମାଟି ମା’ ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ସୁଯୋଗ ଦେଇଛନ୍ତି’
1k
VIEWS
Share on FacebookShare on Twitter

୪ ଶହ ବିଜେପି କର୍ମୀ ବିଜେଡିରେ ଯୋଗ ଦେଇଥିଲେ

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ବିଜୁ ଜନତା ଦଳ କାର‌୍ୟ୍ୟାଳୟଠାରେ ଆଜି କର୍ମକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ ମଣ୍ଡଳୀ ସଭାପତି ଗଙ୍ଗାଧର ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ସମ୍ମିଳନୀରେ ପୁରୀ ସାଂସଦ ପାର୍ଥୀ ଅରୂପ ପଟ୍ଟନାୟକ, ନୟାଗଡ଼ ବିଧାୟକ ପାର୍ଥି ଡ. ଅରୁଣ କୁମାର ସାହୁ ଯୋଗଦେଇ ଡବଲ ଶଙ୍ଖ ପାଇଁ ଆହ୍ବାନ ଦେଇଥିଲେ।

ରାଜନୀତି ସହ ସେବା ମୋ ଜୀବନର ଲକ୍ଷ ବୋଲି ଶ୍ରୀଯୁକ୍ତ ପଟ୍ଟନାୟକ କହିଥିଲେ। କରେନା ମହାମାରୀ ସମୟରୁ ଓଡ଼ିଶା ମୋ ପରିବାର ସେବା ପାଇଁ ବଳିଷ୍ଠ ଉଦ୍ୟମ ବୋଲି କହିଥିଲେ। ମାଟି ମା\’ ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ସୁଯୋଗ ଦେଇଛନ୍ତି। ବିଜୁ ଜନତା ଦଳ ଖରା, ବର୍ଷା, ଶୀତ କାକରରେ ଲଢେଇ କରିବାର ସାମର୍ଥ ରହିଛି ବୋଲି ନୟାଗଡ଼ ବିଧାୟକ ଡ. ସାହୁ କହିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ଆର୍ଶୀବାଦ ନୟାଗଡ଼ ପ୍ରତି ରହିଛି। ସବୁବେଳେ ବିକାଶକୁ ଗୁରୁତ୍ଵ ଦେଇଛନ୍ତି। ବିଜୁ ଜନତା ଦଳର ସ୍ୱାଭିମାନ ସବୁଠାରୁ ଗୁରୁତ୍ବପୂର୍ଣ୍ଣ। ଦଳ କଥା ପଡ଼ିଲେ ଆମ କର୍ମୀ ସବୁ ମାନ ଅଭିମାନକୁ ଆଗକୁ ଚାଲି ଆସନ୍ତି । ନୟାଗଡ଼ ମାଟି ମୋ ପାଇଁ ଜୀବନ ମାଟି ବୋଲି କହିଛନ୍ତି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମୁଖ୍ୟମନ୍ତ୍ରୀଙ୍କ ଯୁଗାନ୍ତକାରୀ ପଦକ୍ଷେପ। ଜନ୍ମଠାରୁ ମୃତ୍ୟୁ ପର‌୍ୟ୍ୟନ୍ତ ଯୋଜନା।

କ୍ରୀଡା ଭିତ୍ତିଭୂମି ଉନ୍ନତୀ କରଣ ମୁଖ୍ୟମନ୍ତ୍ରୀ ଭିନ୍ନ ପରିକଳ୍ପନା ବୋଲି କହିଥିଲେ। ବିରୋଧୀ ଅଣୁବିକ୍ଷଣ ଯନ୍ତ୍ରରେ ଦେଖାଯିବେ ନାହିଁ ବୋଲି କହିଥିଲେ। ଏହି କାର‌୍ୟ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ବରିଷ୍ଠ ନେତ୍ରୀ ଇରାନୀ ରାୟ, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ପୌର ପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ, ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ଜିଲ୍ଲା ପରିଷଦ ସଦସ୍ୟ ବିରଜା ଲକ୍ଷ୍ମୀ ସାହୁ, ବ୍ଲକ ବିଜେଡି ସଭାପତି ଅଜିତ ପ୍ରସାଦ ସାହୁ, ନୟାଗଡ଼ ବ୍ଲକ ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ, ମହିଳା ନେତ୍ରୀ ମାଳତୀ ଗୁରୁ, ପ୍ରଭାସିନୀ ନନ୍ଦ, ଶ୍ରମିକ ନେତା ଶ୍ରୀକାନ୍ତ ପଟ୍ଟନାୟକ, ଜିଲ୍ଲା ପରିଷଦ ସଦସ୍ୟ କ୍ଷୀରୋଦ ମହାପାତ୍ର, ଆଶିଷ ଅଗ୍ରୱାଲ, ସରୋଜ ରଣସିଂ, ସୁବାଷ କଅଁର ପ୍ରମୁଖ ଉପସ୍ଥିତ ରହିଥିଲେ । ଏହି ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଲକ୍ଷ୍ମୀପ୍ରସାଦ ପଞ୍ଚାୟତ, ନୟାଗଡ଼ ପୌର ପରିଷଦର ୪ ଶହ ବିଜେପି କର୍ମୀ ବିଜେଡିରେ ଯୋଗ ଦେଇଥିଲେ । ପ୍ରତ୍ୟେକ ପଞ୍ଚାୟତରୁ ସ୍ଥାନୀୟ ସରପଞ୍ଚ , ସମିତିସଭ୍ୟ, ସ୍ଥାନୀୟ ନେତୃମଣ୍ଡଳୀ ପ୍ରମୁଖ ଯୋଗ ଦେଇଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!