Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ରାଜସ୍ବ ସ୍ବତନ୍ତ୍ର ଅଧିକାରୀ

by ସଞ୍ଜୟ ସ୍ୱାଇଁ
March 29, 2024
in Crime, State
ଭିଜିଲାନ୍ସ ଜାଲରେ ରାଜସ୍ବ ସ୍ବତନ୍ତ୍ର ଅଧିକାରୀ
95
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ଦୁର୍ନୀତି ମାତ୍ରା ବଢ଼ିବାରେ ଲାଗିଛି । ପ୍ରତିଦିନ କେହି ନା କେହି ଅଧିକାରୀ ଭିଜିଲାନ୍ସ ଜାଲରେ ଧରାପଡୁଛନ୍ତି । ଏହାରି ମଧ୍ୟରେ ସାମ୍ନାକୁ ଆସିଛି ଏକ ବଡ଼ ଖବର । ସୂଚନା ମୁତାବକ, ନୂଆପଡ଼ା ଜିଲ୍ଲା ରାଜସ୍ବ ବିଭାଗରେ କାର୍ଯ୍ୟରତ ରାଜସ୍ବ ସ୍ବତନ୍ତ୍ର ଅଧିକାରୀ (ଓଏସ୍‌ଡି) ନରେନ୍ଦ୍ର ଚନ୍ଦ୍ରକାର ଗୁରୁବାର ସଂଧ୍ୟାରେ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା ଅନୁସାରେ, ଜଣେ ବ୍ୟକ୍ତି ତାଙ୍କ ପିତାଙ୍କ ସେଟଲମେଣ୍ଟ ରିଭିଜନ୍ ଫାଇଲ୍‌ ପ୍ରକ୍ରିୟା ପାଇଁ ଆବେଦନ କରିଥିଲେ। ଏଥିପାଇଁ ଶ୍ରୀ ଚନ୍ଦ୍ରକାର ୪୬ ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ। ଏହାକୁ ନେଇ ଉକ୍ତ ବ୍ୟକ୍ତି ଜଣଙ୍କ ଭିଜିଲାନ୍ସ ଦ୍ବାରାସ୍ଥ ହୋଇଥିଲେ। ଗୁରୁବାର ସନ୍ଧ୍ୟାରେ ଅଭିଯୋଗକାରୀ ପ୍ରଥମ କିସ୍ତି ୩୦ ହଜାର ଟଙ୍କା ଦେଉଥିବା ବେଳେ ଭିଜିଲାନ୍ସ ଅଧିକାରୀ ନୂଆପଡ଼ା ଜିଲ୍ଲାପାଳ ଅଫିସ୍‌ ପରିସରରେ ଥିବା ରାଜସ୍ବ ବିଭାଗ ଅଫିସ୍‌ରେ ଚଢ଼ଉ କରିଥିଲେ। ଶ୍ରୀ ଚନ୍ଦ୍ରକାରଙ୍କଠାରୁ ୩୦ ହଜାର ଟଙ୍କା ଜବତ କରିଥିଲେ। ପରେ ଭିଜିଲାନ୍ସ ଅଧିକାରୀମାନେ ଶ୍ରୀ ଚନ୍ଦ୍ରକାରଙ୍କୁ ନେଇ ଖରିଆର ରୋଡ୍‌ରେ ଥିବା ତାଙ୍କ ଘରେ ମଧ୍ୟ ଚଢ଼ଉ କରିଥିଲେ। ଏହି ଚଢ଼ଉରେ କୋରାପୁଟ ଭିଜିଲାନ୍ସ ଟିମ୍‌ ସହ ନୂଆପଡ଼ା ଭିଜିଲାନ୍ସ ଡିଏସ୍‌ପି ଦୀନବନ୍ଧୁ ବେହେରା ଓ ଅନ୍ୟ କର୍ମଚାରୀମାନେ ସାମିଲ ଥିଲେ। ଖବର ଲେଖାଯିବା ପର୍ଯ୍ୟନ୍ତ ଭିଜିଲାନ୍ସ ବିଭାଗ ୨ଟି ସ୍ଥାନରେ ଚଢ଼ଉ କରି ପଚରାଉଚୁରା କରୁଥିବା ଜଣାପଡ଼ିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!