Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିମିଳିପାଳରୁ ୯ଶିକାରୀ ଗିରଫ

by ସଞ୍ଜୟ ସ୍ୱାଇଁ
March 30, 2024
in Crime, State
ଶିମିଳିପାଳରୁ ୯ଶିକାରୀ ଗିରଫ
75
VIEWS
Share on FacebookShare on Twitter

ବାରିପଦା, (ବାଘୁଆବାର୍ତ୍ତା): ଶିମିଳିପାଳ ଅଭୟାରଣ୍ୟକୁ ଶିକାର ଉଦ୍ଦେଶ୍ୟରେ ପଶିଥିବା ୯ଜଣ ଶିକାରୀଙ୍କୁ ବନବିଭାଗ ପକ୍ଷରୁ ଗିରଫ କରାଯାଇଛି । ଏହା ସହିତ ସେମାନଙ୍କ ପାଖରୁ ସମ୍ବର ମାଂସ ଓ ୯ଟି ଦେଶୀବନ୍ଧୁକ ଜବତ କରାଯାଇଛି ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଭାରପ୍ରାପ୍ତ କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ ସଂରକ୍ଷକ ଡ ପ୍ରକାଶ ଚାନ୍ଦ ଗୋଗିନେନୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସୂଚନାରୁ ପ୍ରକାଶ ଯେ, ଶୁକ୍ରବାର ରାତିରେ ଶିମିଳିପାଳର ଜେନାବିଲ ରେଞ୍ଜ ଅଞ୍ଚଳରେ ଉଦଳା ଥାନାର ପାଟଶାଣୀପୁର ଓ କୁଣ୍ଡାବାଇ ପଞ୍ଚାୟତର ଉପରତଳଡିହା, ଜାମଡିହା, ଖାଳିଡିହି ଆଦି ଶିମିଳିପାଳ ସଂଲଗ୍ନ ଗ୍ରାମର ୪୦ରୁ ଉର୍ଦ୍ଧ୍ବ ଶିକାରୀ ବହୁ ସଂଖ୍ୟକ ବନ୍ଧୁକ ସହିତ ଏକସଙ୍ଗେ ଶିମିଳିପାଳ ଅଭୟାରଣ୍ୟ ଭିତରକୁ ଅଖଣ୍ଡ ଶିକାର ଉଦ୍ଦେଶ୍ୟରେ ପଶିଥିଲେ । ତେବେ ଖବର ପାଇ ଡୁକୁରା ଓ ପୋଡାଡିହା ରେଞ୍ଜର କର୍ମଚାରୀ ସ୍ବତନ୍ତ୍ର ବ୍ୟାଘ୍ର ସୁରକ୍ଷା ବଳ ସହିତ ମିଳିତ ଭାବେ ଚଢାଉ କରିଥିଲେ । ୯ଜଣ ଶିକାରୀଙ୍କୁ ଗିରଫ କରିବା ସହିତ ସେମାନଙ୍କ ନିକଟରୁ ୯ଟି ଦେଶୀବନ୍ଧୁକ ଓ ଅନ୍ୟାନ୍ୟ ଶିକାର ସାମଗ୍ରୀ ଜବତ କରି ବନବିଭାଗ କାର୍ଯ୍ୟାଳୟକୁ ଆଣି ଅଧିକ ତଦନ୍ତ ପାଇଁ ପଚରାଉଚରା ଜାରି ରଖିଛନ୍ତି । ଖସିପଳାଇଥିବା ଅନ୍ୟ ଶିକାରୀମାନଙ୍କୁ ଗିରଫ ପାଇଁ ତନାଘନା ଜାରିରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!