Monday, July 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ୱାଧିନତା ସଂଗ୍ରାମରେ ନୟାଗଡ଼ର ଭୂମିକା ଗୁରୁତ୍ୱପୂର୍ଣ୍ଣ

by Anil Panda
August 15, 2020
in Feature News, Nayagarh
ସ୍ୱାଧିନତା ସଂଗ୍ରାମରେ ନୟାଗଡ଼ର ଭୂମିକା ଗୁରୁତ୍ୱପୂର୍ଣ୍ଣ
843
VIEWS
Share on FacebookShare on Twitter

ଜିଲ୍ଲା ସ୍ତରୀୟ ସ୍ୱାଧିନତା ଦିବସ ପାଳିତ


ନୟାଗଡ଼, (ବାଘୁଆବାର୍ତ୍ତା): ଜିଲ୍ଲାସ୍ତରୀୟ ସ୍ୱାଧିନତା ଦିବସ ନୟାଗଡ଼ ପିଟିଏସ୍ ପଡ଼ିଆରେ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁଦାମ ମାରାଣ୍ଡି ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡ ଅଭିବାଦନ ଗ୍ରହଣ କରିଛନ୍ତି । ଏହି ଅବସରରେ ମନ୍ତ୍ରୀ ତାଙ୍କ ବକ୍ତବ୍ୟରେ ଯେଉଁ ମହାମାନବ ବରପୁତ୍ର ନିଜର ଅସୀମ ତ୍ୟାଗ, ଆତ୍ମବଳୀ ପ୍ରଦାନରେ ଆମ ପାଇଁ ସ୍ୱାଧିନତା ଆଣି ଭାରତକୁ ଏକ ସାର୍ବଭୈାମ ଗଣତାନ୍ତ୍ରିକ ସାଧାରଣତନ୍ତ୍ର ରାଷ୍ଠ୍ରରେ ପରିଣତ କରିଛନ୍ତି ସେମାନେ ଆଜିର ଦିନରେ ଚିରମନସ୍ୟ ବୋଲି କହଛନ୍ତି । ସରକାରଙ୍କର ଅନେକ ଜନହିତକର ଯୋଜନା ଗୁଡ଼ିକ ପ୍ରଣୟନ କରାଯାଇ ଲୋକମାନଙ୍କୁ ସୁବିଧା ସୁଯୋଗ ଦିଆଯାଇଛି । ରାଜ୍ୟ ସରକାରଙ୍କର ବଳିଷ୍ଠ ନେତୃତ୍ୱରେ ଦୁଇ ଦଶନ୍ଧି ଧରି ରାଜ୍ୟରେ ଏକ ସ୍ଥିର ଓ ଦୃଢ଼ ସରକାର ତିଷ୍ଠି ରହିଛି ବୋଲି ମନ୍ତ୍ରୀ କହିଛନ୍ତି । କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା ପଦକ୍ଷେପ ସଂମ୍ପର୍କରେ ମନ୍ତ୍ରୀ ତାଙ୍କ ବକ୍ତବ୍ୟରେ କହିବା ସହ କରୋନା ଯୋଦ୍ଧାମାନଙ୍କୁ ଧନ୍ୟବାଦ ଦେଇଛନ୍ତି । ଏଥିସହିତ ମନ୍ତ୍ରୀ ନୟାଗଡ଼ ଜିଲ୍ଲାର ପୂଜ୍ୟ ପୁରୁଷଙ୍କୁ ସ୍ମରଣ କରିଥିବା ଜଣାଯାଇଛି । ସ୍ୱାଧିନତା ସଂଗ୍ରାମରେ ନୟାଗଡ଼ର ଭୂମିକା ଗୁରୁତ୍ୱ ପୂର୍ଣ୍ଣ ବୋଲି ମନ୍ତ୍ରୀ କହିଛନ୍ତି । ଏହି ପତାକା ଉତ୍ତୋଳନ କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁ, ଆରକ୍ଷୀ ଅଧକ୍ଷକ ପ୍ରତ୍ୟୁଷ ଦିୱାକର, ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ, ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ଉପଜିଲ୍ଲାପଳ ଲଗ୍ନଜିତ ରାଉତ, ବନଖଣ୍ଡ ଅଧିକାରୀ ଧନରାଜ୍ ଏଚ୍‌ଡିଙ୍କ ସହ ଜିଲ୍ଲାର ଅନେକ ବରିଷ୍ଠ ଅଧିକାରୀଙ୍କ ବୁଦ୍ଧିଜୀବୀମାନେ ଯୋଗ ଦେଇଥିଲେ । ଆଜିର କାର୍ଯ୍ୟକ୍ରମରେ କରୋନା ଯୋଦ୍ଧାଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଥିବା ଜଣାଯାଇଛି । ଡାକ୍ତର, ନର୍ସ ଏବଂ ଏଏନ୍‌ଏମ୍‌ଙ୍କ ପାଇଁ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବସିବା ସ୍ଥାନ କରାଯାଇଥିବା ଜଣାଯାଇଛି । ଏଥିସହିତ ଚଳିତ ବର୍ଷ ପ୍ରଥମ କରି ମୁଖ୍ୟ ଅତିଥି ପିଟିଏସ୍ ପଡ଼ିଆରେ ବୃକ୍ଷରୋପଣ କରିଥିବା ଜଣାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!