Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଧୁକ ଧରି ଗାଁରେ ବୁଲୁଥିଲେ ଦୁଇ ଯୁବକ, ବାନ୍ଧିଲା ପୁଲିସ

by ସଞ୍ଜୟ ସ୍ୱାଇଁ
March 31, 2024
in Crime, State
ବନ୍ଧୁକ ଧରି ଗାଁରେ ବୁଲୁଥିଲେ ଦୁଇ ଯୁବକ, ବାନ୍ଧିଲା ପୁଲିସ
66
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ବନ୍ଧୁକ ଧରି ଗାଁରେ ବୁଲୁଥିଲେ ଦୁଇ ଜଣ ଯୁବକ। ଏହା ଦେଖି ସ୍ଥାନୀୟ ଲୋକଙ୍କ ଭିତରେ ଭୟର ବାତାବରଣ ଖେଳିଯାଇଥିଲା। ଲୋକେ ଏନେଇ ପୁଲିସ୍‌କୁ ଖବର ଦେଇଥିଲେ। ସମ୍ବଲପୁର ଜିଲ୍ଲା ଜମନକିରା ଥାନା ଗୌଡପାଲି ଫାଣ୍ଡି ଚଢ଼ଉ କରି ଦୁଇ ଯୁବକଙ୍କୁ ଗିରଫ କରିଛି। ଏଥିସହ ୨ଟି ବନ୍ଧୁକ ଜବତ କରି ଘଟଣାର ତଦନ୍ତ ଚଳାଇଛି। ଶନିବାର ଅପରାହ୍ନରେ ବଡବାହଲର ଫକିର ଛତ୍ରିଆ ଓ କିଶୋର କିସାନ ଦେଶୀ ବନ୍ଧୁକ ଧରି ବୁଲୁଥିଲେ। ସେହି ସମୟରେ ପାଟ୍ରୋଲିଂ କରୁଥିବା ଜମନକିରା ଥାନା ପୁଲିସ୍‌ ଏ ସମ୍ପର୍କରେ ଜାଣିବାକୁ ପାଇଥିଲେ। ତା’ପରେ ପୁଲିସ୍‌ ଚଢ଼ଉ କରି ସେମାନଙ୍କୁ ଧରିଥିଲା। ସେମାନଙ୍କଠାରୁ ୨ଟି ବନ୍ଧୁକ, ଛୁରୀ ଓ ଅନ୍ୟାନ୍ୟ ମାରଣାସ୍ତ୍ର ଜବତ କରିଥିଲା। ଆଜି ସେମାନଙ୍କୁ କୋର୍ଟ ଚାଲାଣ କରାଯାଛି। ତେବେ ସେମାନେ କାହିଁକି ବନ୍ଧୁକ ଧରି ବୁଲୁଥିଲେ, ତାହା ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନାହିଁ। ପୁଲିସ୍‌ ବିଭିନ୍ନ ଦିଗରୁ ତଦନ୍ତ ଚଳାଇଛି। ଏନେଇ ସୂଚନା ଦେଇଛନ୍ତି କୁଚିଣ୍ଡା ଏସ୍‌ଡିପିଓ ଅମିତାଭ ପଣ୍ଡା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!