Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶଙ୍ଖ ଫୁଙ୍କିଲେ ଭୃଗୁ ବକ୍ସିପାତ୍ର

by ସଞ୍ଜୟ ସ୍ୱାଇଁ
April 3, 2024
in Politics, State
ଶଙ୍ଖ ଫୁଙ୍କିଲେ ଭୃଗୁ ବକ୍ସିପାତ୍ର
175
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବିଜେଡିରେ ଯୋଗ ଦେଲେ ଭୃଗୁ ବକ୍ସିପାତ୍ର । ଶହ ଶହ ସମର୍ଥକଙ୍କ ସହ ଆସି ଶଙ୍ଖ ଭବନରେ ବିଜେଡିରେ ଯୋଗ ଦେଇଛନ୍ତି ଭୃଗୁ । ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଦୁଇ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଓ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଆଜି ସକାଳେ ବିଜେପିରୁ ଇସ୍ତଫା ଦେଇଥିଲେ ଭୃଗୁ । ଗତଥର ବ୍ରହ୍ମପୁରରୁ ବିଜେପିର ସାଂସଦ ପ୍ରାର୍ଥୀ ଭାବେ ଲଢିଥିଲେ ଭୃଗୁ । କିନ୍ତୁ ଚଳିତଥର ବିଜେପି ତାଙ୍କୁ ଟିକେଟ ଦେଇନଥିଲା । ଏପରିକି ବ୍ରହ୍ମପୁର ବିଧାନସଭା ଆସନରୁ ମଧ୍ୟ ଭୃଗୁଙ୍କ ନାଁ ଘୋଷଣା ହୋଇନଥିଲା । ଯାହାକୁ ନେଇ ଭୃଗୁ ବେଶ ଅସନୁଷ୍ଟ ଥିଲେ ବୋଲି ଚର୍ଚ୍ଚା ହେଉଛି । ଯେଉଁଥିପାଇଁ ଆଜି ସକାଳେ ବିଜେପିରୁ ଇସ୍ତଫା ଦେଇଥିଲେ ଭୃଗୁ । ଭୃଗୁ ନିଜ ଇସ୍ତଫା ପତ୍ରରେ ଲେଖିଛନ୍ତି ଯେ, ଅତ୍ୟନ୍ତ ଦୁଃଖର ସହିତ ବିଜେପିର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଉଛି । ଗତ ୨୩ ବର୍ଷ ଧରି ଜଣେ ସଭ୍ୟ ଭାବେ ରାଜ୍ୟରେ ପାର୍ଟିର ଉନ୍ନତି ପାଇଁ ସମସ୍ତ ପ୍ରୟାସ କରିଛି । ପାର୍ଟି ଦେଇଥିବା ସମସ୍ତ ଦାୟିତ୍ୱ ନିଷ୍ଠା, ପରିଶ୍ରମ ଏବଂ ସ୍ଥିରତା ସହିତ ତୁଲାଇଛି । ତେବେ ବିଭିନ୍ନ ସାଙ୍ଗଠନିକ ଓ ରାଜନୈତିକ କାର୍ଯ୍ୟ ବୃଦ୍ଧି କରିବାରେ ପାର୍ଟି ମୋ ଉପରେ ଆସ୍ଥା ରଖିଥିବାରୁ ମୁଁ କୃତଜ୍ଞ । କିନ୍ତୁ ଗତ କିଛି ଦିନ ହେଲା ଦଳରେ ମୋର କିମ୍ବା ମୋ ସେବାର ଆବଶ୍ୟକତା ଆଉ ନାହିଁ ବୋଲି ଉପଲବ୍ଧି କଲି । ତେଣୁ ଆଗକୁ ବଢିବା ପାଇଁ ସ୍ଥିର କଲି । ଲୋକଙ୍କ ସେବା ଓ ଓଡିଶାର ବିକାଶରେ ନିଜର କାର୍ଯ୍ୟକୁ ବଜାୟ ରଖିବି ବୋଲି ସେ ନିଜ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!