ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଟାଉନଥାନା ପୁଲିସ ୨ ଜଣ ଗଞ୍ଜେଇ ବେପାରୀଙ୍କୁ ଗିରଫ କରିବା ସହ ୧୦ କେଜି ୩ ଶହ ଗ୍ରାମ ଗଞ୍ଜେଇ ଜବତ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ବିହାର ଔରଙ୍ଗାବାଦ ଆମ୍ବା ଥାନା ଅଞ୍ଚଳର ବିଷ୍ଣୂ ଚୈାହାନ ଏବଂ ମଦନପୁର ଥାନା ଅଞ୍ଚଳର ରାହୁଲ କୁମାର । ଉଭୟ ଅଭିଯୁକ୍ତ ଦଶପଲ୍ଲା ପଟୁ ଏକ କଳା ପଲସର ବାଇକରେ ଗଞ୍ଜେଇ ଧରି ଆସୁଥିବା ନେଇ ଟାଉନଥାନା ଅଧିକାରୀ ରଶ୍ମି ରଞ୍ଜନ ମହାପାତ୍ର ସୂଚନା ପାଇଥିଲେ । ଥାନା ଅଧିକାରୀଙ୍କ ନିର୍ଦ୍ଦେଶରେ ଏସଆଇ ପ୍ରୀତି ପ୍ରକାଶ ମହାନ୍ତି ଏବଂ ତାଙ୍କ ଟିମ୍ ନୟାଗଡ଼ ନୂଆବସଷ୍ଟାଣ୍ଡଠାରେ ଜଗି ରହିଥିଲେ । ଉଭୟ ପୁଲିସ ହାବୁଡ଼ରେ ପଡ଼ିଥିଲେ । ସେମାନଙ୍କଠାରୁ ୧୦ କେଜି ୩ ଶହ ଗ୍ରାମ ଗଞ୍ଜେଇ ଜବତ କରାଯାଇଥିବା ବେଳେ ବାଇକ ମଧ୍ୟ ଜବତ କରାଯାଇଛି । ଉଭୟଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି ।





