Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘରେ ପଶି ଯୁବକଙ୍କୁ ହତ୍ୟା

by ସଞ୍ଜୟ ସ୍ୱାଇଁ
April 6, 2024
in Crime, State
ଘରେ ପଶି ଯୁବକଙ୍କୁ ହତ୍ୟା
149
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ଘରେ ପଶି ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପାଣ୍ଡିଆ ପନ୍ଦରା ସାହିରେ। ମୃତ ଯୁବକ ଜଣଙ୍କ ହେଲେ ମୁରଳି ବାଡ଼ତ୍ୟା। ଗତରାତିରେ ମୁରଲି ଘରେ ଏକା ଶୋଇଥିଲେ। ତାଙ୍କ ବାପା ବାରଣ୍ଡାରେ ଶୋଇଥିଲେ। ବିଳମ୍ବିତ ରାତିରେ ବାପା ପାଣି ପିଇବାଲାଗି ଘର ଭିତରକୁ ଯାଇଥିଲେ। ଘରେ ମୁରଲି ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ଦେଖିଥିଲେ। ପରିବାର ଲୋକେ ମୁରଲିଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ମୁରଲିଙ୍କୁ କେହି ଦୁର୍ବୃତ୍ତ ଘରେ ପଶି ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ତେବେ କିଏ ଓ କାହିଁକି ତାଙ୍କୁ ହତ୍ୟା କଲା ତାହାର କାରଣ ଅସ୍ପଷ୍ଟ ରହିଛି। ଦୁଇ ଦିନ ତଳେ ଗ୍ରାମରେ ଦଣ୍ଡନାଚ ସମୟରେ ଗଣ୍ଡଗୋଳ ହୋଇଥିଲା। ଏହି କାରଣକୁ ନେଇ ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!