Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗାଁ ଗାଁ ବୁଲି ମନ୍ଦିରରୁ କରୁଥିଲେ ଚୋରି, ୭ ଜଣଙ୍କୁ ବାନ୍ଧିଲା ପୁଲିସ

by ସଞ୍ଜୟ ସ୍ୱାଇଁ
April 7, 2024
in Crime, State
ଗାଁ ଗାଁ ବୁଲି ମନ୍ଦିରରୁ କରୁଥିଲେ ଚୋରି, ୭ ଜଣଙ୍କୁ ବାନ୍ଧିଲା ପୁଲିସ
67
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ମନ୍ଦିରରୁ ଚୋରି କରୁଥିବା ୭ ଜଣିଆ ଲୁଟେରା ଗ୍ୟାଙ୍ଗକୁ ଧରିଛି ବାଲେଶ୍ୱର ପୁଲିସ। ସେମାନଙ୍କଠାରୁ ଠାକୁରଙ୍କ ଅଳଙ୍କାର ଜବତ କରାଯାଇଛି। ଜବତ ଅଳଙ୍କାରର ମୂଲ୍ୟ ୬ ଲକ୍ଷରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି। ଗିରଫ ଗ୍ୟାଙ୍ଗର ୫ ଜଣ ଲୋକ ମୟୁରଭଞ୍ଜ ଜିଲ୍ଲାର ହୋଇଥିବା ବେଳେ ଆଉ ଦୁଇ ଜଣ ବାଲେଶ୍ୱରର ବୋଲି ଯଣାପଡ଼ିଛି। ୫ ତାରିଖରେ ଚାନ୍ଦିପୁର ଅଞ୍ଚଳରେ ୪ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କୁ ରିମାଣ୍ଡ ନେବା ପରେ ପୁଣି ୩ ଜଣ ସାମ୍ନାକୁ ଆସିଛନ୍ତି। ସେମାନଙ୍କ ପାଖରୁ ଜବତ ଅଳଙ୍କାରର ଆନୁମାନିକ ମୂଲ୍ୟ ୬ ଲକ୍ଷରୁ ଅଧିକ ହେବ ବୋଲି ‍ଆକଳନ କରାଯାଉଛି। ତେବେ ଏହି ଗ୍ୟାଙ୍ଗ ମୟୁରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ଥିବା ବହୁ ମନ୍ଦିରରୁ ପିତଳ ମୂର୍ତ୍ତି ସମେତ ରୂପାର ଅଳଙ୍କାର ଚୋରି କରି ଉଭାନ ହୋଇଯାଉଥିଲେ। ସେମାନଙ୍କ ମଧ୍ୟରୁ ୫ ଜଣ ବ୍ୟକ୍ତି ମନ୍ଦିର ଅସବା ପତ୍ର ସହ ଅଳଙ୍କାର ଚୋରି କରୁଥିବା ବେଳେ ଆଉ ଦୁଇ ଜଣ ଏହିସବୁ ସାମଗ୍ରୀ କିଣୁଥିଲେ। ତେବେ ଏନେଇ ସାଇବର ଟିମ ଓ ଜିଲ୍ଲା ଗୁଇନ୍ଦା ବିଭାଗ ଏମାନଙ୍କ ଉପରେ ଦୀର୍ଘ ଦିନଧରି ନଜର ରଖିଥିଲା। ଶେଷରେ ସେମାନଙ୍କୁ ଧରିବାରେ ସଫଳ ହୋଇଛି। ତେବେ ସମୁଦାୟ ୧୯ ଟି ମନ୍ଦିର ଚୋରି କେସରେ ୮୦ ପ୍ରତିଶତ ଜିନିଷ ମିଳିଯାଇଛି। ବାକି ୬ ଟି ମନ୍ଦିର ଚୋରି କେସ ର ତଦନ୍ତ ଚାଲିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!