Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅବସରପ୍ରାପ୍ତ ରାଜସ୍ୱ ନିରୀକ୍ଷକଙ୍କୁ ବର୍ଷେ ଜେଲ୍

by ସଞ୍ଜୟ ସ୍ୱାଇଁ
April 10, 2024
in Crime, State
ଅବସରପ୍ରାପ୍ତ ରାଜସ୍ୱ ନିରୀକ୍ଷକଙ୍କୁ ବର୍ଷେ ଜେଲ୍
43
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ଏକ ଲାଞ୍ଚ ମାମଲାରୁ ଶୁଣାଣି କରି ସୁନ୍ଦରଗଡ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟର ବିଚାରପତି ରାଜଲକ୍ଷ୍ମୀ ପଟ୍ଟନାୟକ ଜଣେ ଅବସରପ୍ରାପ୍ତ ରାଜସ୍ୱ ନିରୀକ୍ଷକଙ୍କୁ ଏକ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି । ଏଥିସହ ଏକ ହଜାର ଟଙ୍କା ଜରିମାନା କରିଥିବା ବେଳେ ଜରିମାନା ଅନାଦେୟ ହେଲେ ଅଧିକ ୨ ମାସ ଜେଲ ଦଣ୍ଡର ରାୟ ଶୁଣାଇଛନ୍ତି । ମାମଲାର ବିବରଣୀରୁ ପ୍ରକାଶ ଯେ, ବିଗତ ୨୦୧୦ ମସିହାରେ ଲିଙ୍ଗରାଜ ଗୋପନା ରାଜସ୍ୱ ନିରୀକ୍ଷକ ଭାବେ କାର୍ଯ୍ୟରତ ସମୟରେ ଗୋପନା ହାତୀକୁଚା ଗ୍ରାମର ଦୀପକ ମହନ୍ତଙ୍କୁ ଇଟା ଗଢା ବାବଦକୁ ଆର.ଆଇ ଇନକ୍ୱାରୀ ରିପୋର୍ଟର ଆବଶ୍ୟକତା ପଡିଥିଲା । ଉକ୍ତ ଇନକ୍ୱାରୀ ରିପୋର୍ଟ ଦେବା ପାଇଁ ରାଜସ୍ୱ ନିରୀକ୍ଷକ ଲିଙ୍ଗରାଜ ତାଙ୍କୁ ଏକ ହଜାର ଲାଞ୍ଚ ମାଗିଥିଲେ । ଦୀପକ ଲାଞ୍ଚ ନ ଦେବାରୁ ସେ ବଣାଇ ତହସିଲଦାରଙ୍କ ପାଖକୁ ରିପୋର୍ଟ ପଠାଇବାରେ ଟାଳଟୁଳ କରିଥିଲେ । ଏଣୁ ଦୀପକ ଏହି ଲାଞ୍ଚୁଆ ରାଜସ୍ୱ ନିରୀକ୍ଷକଙ୍କୁ ପାନେ ଚଖାଇବାକୁ ଯୋଜନା କରି ସମ୍ବଲପୁର ଦୁର୍ନିତୀ ନିବାରଣ ବିଭାଗର ଦ୍ୱାରସ୍ଥ ହୋଇଥିଲେ । ଏହାପରେ ଦୁର୍ନିତୀ ନିବାରଣ ବିଭାଗ ପକ୍ଷରୁ ତାଙ୍କୁ ଧରିବାକୁ ଯୋଜନା କରା ଯାଇଥିଲା । ଯୋଜନା ମୁତାବାକ ଉକ୍ତ ବର୍ଷ ଜାନୁଆରୀ ୧୦ ତାରିଖରେ ଦୀପକ ସଂପୃକ୍ତ ରାଜସ୍ୱ ନିରୀକ୍ଷକ ଲିଙ୍ଗରାଜଙ୍କୁ ଭିଜିଲାନ୍ସର ରସାୟନିକ ପ୍ରଲେପ ବୋଳା ଏକ ହଜାର ଟଙ୍କା ପ୍ରଦାନ କରୁଥିବା ବେଳେ ଘଟଣାସ୍ଥାରେ ଛକି ରହିଥିବା ଭିଜିଲାନ୍ସ ଅଧିକାରୀ ମାନେ ଲାଞ୍ଚ ଟଙ୍କା ଜବତ କରି ତାଙ୍କୁ ଗିରଫ କରିଥିଲେ । ଭିଜିଲାନ୍ସ ବିଭାଗ ରାଉରକେଲା ୟୁନିଟର ତତ୍କାଳୀନ ଇନ୍ସପେକ୍ଟର ହରେକୃଷ୍ଣ ମାଝୀ ଘଟଣାର ତଦନ୍ତ କରି ଦୁର୍ନିତୀ ନିବାରଣ ଅଦାଲତରେ ଚାର୍ଜସିଟ ଦାଖଲ କରିଥିବା ବେଳେ ଅଦାଲତର ସ୍ୱତନ୍ତ୍ର ପବ୍ଲିକ ପ୍ରୋସିକ୍ୟୁଟର ଶ୍ୟାମ ସୁନ୍ଦର ମିଶ୍ର ମାମଲା ପରିଚାଳନା କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!