Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗେଷ୍ଟ ହାଉସରୁ ଶିଳ୍ପପତିଙ୍କ ଗଳିତ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
April 19, 2024
in Crime, State
ଠେଲା ଗାଡ଼ିରୁ ମିଳିଲା ମୃତଦେହ
150
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଗେଷ୍ଟ ହାଉସରୁ ମିଳିଲା ଶିଳ୍ପପତିଙ୍କ ଗଳିତ ମୃତଦେହ। ଭୁବନେଶ୍ୱର ମୈତ୍ରିବିହାର ଥାନା ଅଞ୍ଚଳର ଶାନ୍ତି ଗେଷ୍ଟ ହାଉସରୁ ସନ୍ଦେହଜନକ ଅବସ୍ଥାରେ ବ୍ୟବସାୟୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ତପନ ପ୍ରସାଦ ଆଚାର‌୍ୟ୍ୟ । ସେ ଶୁଭମ ବାୟୋ ସିଏନଜି ପ୍ରାଇଭେଟ ଲିମିଟେଡର ମାଲିକ ହୋଇଥିବା ଜଣାପଡିଛି। ଘର ଫୁଲବାଣୀ ସଦର ଥାନା ଲେଙ୍ଗର ସାହି ଅଞ୍ଚଳରେ। ସେ ମଙ୍ଗଳବାର ଦିନ କର୍ପୋରେଟ ମିଟିଂ ପାଇଁ ଭୁବନେଶ୍ବର ଆସିଥିବା ବେଳେ ତାଙ୍କର ଗଳିତ ମୃତଦେହ ଉଦ୍ଧାର ଉଦ୍ଧାର କରାଯାଇଛି। ଗତକାଲି ଅପରାହ୍ନରେ ମୈତ୍ରୀ ବିହାର ଥାନା ଗଜପତି ନଗରରେ ଥିବା ଶାନ୍ତି ଗେଷ୍ଟ ହାଉସରୁ ଶିଳ୍ପପତି ତପନ ପ୍ରସାଦଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପୁଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଛି । ତେବେ ଏହି ଶିଳ୍ପପତି ଜଣକ ସବୁ ମାସ ପରି ଭୁବନେଶ୍ୱର ଆସିଥିଲେ ଏକ କର୍ପୋରେଟ ମିଟିଂ ପାଇଁ । ମଙ୍ଗଳବାର ଶାନ୍ତି ଗେଷ୍ଟ ହାଉସରେ ଚେକ୍ ଇନ୍ କରି ୨୦୨ ନମ୍ବର ରୁମରେ ରହୁଥିଲେ। ଗତକାଲି ତାଙ୍କ ମୃତଦେହ ମିଳିଥିବା ନେଇ ପୁଲିସ ପରିବାର ଲୋକଙ୍କୁ ଖବର ଦେଇଥିଲା । ତେବେ କେମିତି ଶିଳ୍ପପତିଙ୍କ ମୃତ୍ୟୁ ହେଲା, ଏହା ହତ୍ୟା ନା ଆଉ କିଛି କାରଣ ରହିଛି ସେନେଇ କିଛି ସ୍ପଷ୍ଟ ହୋଇନାହିଁ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!