Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦିନରେ ଧମକ ଦେଲେ, ରାତିରେ ହାଣିଲେ

by ସଞ୍ଜୟ ସ୍ୱାଇଁ
April 23, 2024
in Crime, State
ଦିନରେ ଧମକ ଦେଲେ, ରାତିରେ ହାଣିଲେ
144
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ଦିନ ଦ୍ୱିପ୍ରହରରେ ହୋଇଥିଲା ଗଣ୍ଡଗୋଳ। ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ । ଯାହା କହିଥିଲେ ରାତିରେ ତାହାକୁ ସତ କରି ଦେଖାଇଲେ। ସାମାନ୍ୟ ବଚସାରୁ ଉଜୁଡ଼ିଗଲା ଘର, ଗଡ଼ିଲା ମୁଣ୍ଡ। ୫ରୁ ୭ ଜଣ ଯୁବକ ଗୋଡ଼ାଇ ଗୋଡ଼ାଇ ବିଚ୍‌ ରାସ୍ତାରେ ହାଣି ଜୀବନ ନେଇଗଲେ। ଏପରି ଏକ ସାଂଘାତିକ ଘଟଣା ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ବାଲିଆସରା-ଷଣ୍ଢମରା ରାସ୍ତାରେ ଗତ ରାତିରେ ଘଟିଛି। ମୃତକ ହେଲେ ବାଲିଆସରା ଗାଁର ଗଣେଶ ନାୟକ। ଗଣେଶଙ୍କର ଗତକାଲି ଦିନ ସମୟରେ ପାଖ ଗାଁର କିଛି ଯୁବକଙ୍କ ସହ ଗଣ୍ଡଗୋଳ ହୋଇଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ଉକ୍ତ ଯୁବକମାନେ ଜୀବନରୁ ଶେଷ କରି ଦେବାକୁ ଗଣେଶଙ୍କୁ ଧମକ ଦେଇଥିଲ। ଗତକାଲି ସନ୍ଧ୍ୟା ସମୟରେ ଗଣେଶ କବି ସୂର୍ଯ୍ୟନଗରରୁ ବାଇକ୍‌ ଯୋଗେ ଫେରୁଥିବା ବେଳେ ଉକ୍ତ ଯୁବକମାନେ ତାଙ୍କ ପିଛା କରିଥିଲେ। ଏହାପରେ ମାରଣାସ୍ତ୍ରରେ ତାଙ୍କୁ ଚୋଟ ପରେ ଚୋଟ ମାରିଥିଲେ। ଅତ୍ୟଧିକ ରକ୍ତସ୍ରାବ ହେତୁ ଗଣେଶ ତଳେ ପଡ଼ି ଯାଇଥିବା ବେଳେ ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ଅଭିଯୁକ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲେ। କବିସୂର୍ଯ୍ୟନଗର ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅଭିଯୁକ୍ତମାନେ ଫେରାର ହୋଇଯାଇଥିବାରୁ ପୁଲିସ୍‌ ବିଭିନ୍ନ ସ୍ଥାନରେ ଚଢ଼ାଉ ଆରମ୍ଭ କରିଛି। ଏନେଇ ଗଣେଶଙ୍କ ଭାଇ କହିଛନ୍ତି, ଦିନ ଦ୍ୱିପ୍ରହରରେ ସେମାନଙ୍କ ମଧ୍ୟରେ ବଚସା ହୋଇଥିଲା। ସେମାନେ ମୋ’ ଭାଇ କି ହାଣିଦେବେ ବୋଲି ଧମକ ଦେଇଥିଲେ। ରାତିରେ ୫, ୭ ଜଣ ଆସି ହାଣି ରାସ୍ତାରେ ପକାଇଦେଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!