Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛାତ୍ରଛାତ୍ରୀମାନେ ସମୟର ସଦୁପଯୋଗ କରନ୍ତୁ : ମନ୍ତ୍ରୀ ଡ. ସାହୁ

by Anil Panda
August 21, 2020
in Education
ଛାତ୍ରଛାତ୍ରୀମାନେ ସମୟର ସଦୁପଯୋଗ କରନ୍ତୁ : ମନ୍ତ୍ରୀ ଡ. ସାହୁ
853
VIEWS
Share on FacebookShare on Twitter

ମେଧା ସମ୍ମାନ ୨୦୨୦ ଆୟୋଜିତ

ନୟାଗଡ଼/ଓଡ଼ଗାଁ (ବାଘୁଆବାର୍ତ୍ତା) : ଛାତ୍ର-ଶିକ୍ଷକ ଓ ଅଭିଭାବକମାନଙ୍କର ସମନ୍ୱୟ ଠିକ୍‌ ରହିଲେ ଜଣେ ଛାତ୍ର ପରୀକ୍ଷାରେ ସଫଳତା ହାସଲ କରେ । ସଫଳତା ନିମନ୍ତେ ସମୟର ସଦୁପଯୋଗ କରିବା ସହିତ ଛାତ୍ରଛାତ୍ରୀମାନେ କଠିନ ପରିଶ୍ରମ କରିବା ଦରକାର । ପାଠ୍ୟ ପୁସ୍ତକ ସହିତ ଦୁନିଆ ବିଷୟରେ ଜାଣିବା ପାଇଁ ବିଭିନ୍ନ ପୁସ୍ତକ ପଠନର ଅଭ୍ୟାସ କରିବା ଉଚିତ । ରାଜ୍ୟ ସରକାର ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ନିମନ୍ତେ ଅନେକଗୁଡ଼ିଏ ପଦକ୍ଷେପ ନେଇଥିବାବେଳେ ଶିକ୍ଷାନୁଷ୍ଠାନଗୁଡ଼ିକରେ ଶୈକ୍ଷିକ ବାତାବରଣ ସୃଷ୍ଟି କରି ମେଧାବୀ ଛାତ୍ରଛାତ୍ରୀ ସୃଷ୍ଟି କରିବା ଦିଗରେ ଆମେ ସମସ୍ତେ ଯନିବାନ ହେବା ଆବଶ୍ୟକ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି । ଚଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷାରେ କୃତିତ୍ୱ ଅର୍ଜନ କରିଥିବା ନୟାଗଡ଼ ନିର୍ବାଚନ ମଣ୍ଡଳୀର ଛାତ୍ରଛାତ୍ରୀଙ୍କୁ ମେଧା ସମ୍ମାନ ୨୦୨୦ରେ ସମ୍ବର୍ଦ୍ଧିତ କରିବା ନିମନ୍ତେ ଆୟୋଜିତ ଭର୍ଚୁଆଲ୍‌ କାର୍ଯ୍ୟକ୍ରମରେ କୃତୀ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ଅବସରରେ ମନ୍ତ୍ରୀ ଡ. ସାହୁ କହିଥିଲେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଢ଼ିବା ନିଜ ଉପରେ ନିର୍ଭର କରେ । ତେଣୁ ପାଠପଢ଼ା ବୟସକୁ ଯିଏ ନିଜ ନୟନ୍ତ୍ରଣରେ ରଖି ନିଷ୍ଠାର ସହ ପରିଶ୍ରମ କରିପାରିବ ସେ ନିଶ୍ଚୟ ସଫଳତାର ଶୀର୍ଷରେ ପହଞ୍ଚିବ । ଛାତ୍ରଛାତ୍ରୀମାନେ ଲାଭ କରୁଥିବା ଶିକ୍ଷା ଦ୍ୱାରା ସେମାନଙ୍କର ଭବିଷ୍ୟତ ଉଜ୍ଜ୍ୱଳ ହେବା ସଙ୍ଗେ ସଙ୍ଗେ ସମାଜର ମଧ୍ୟ ମଙ୍ଗଳ ସାଧିତ ହେବା ଆବଶ୍ୟକ । ଛାତ୍ରଛାତ୍ରୀମାନେ ମାନବିକତାରେ ପରିପୂର୍ଣ୍ଣ ହେବା ସହିତ ସମାଜ ପ୍ରତି ସମ୍ବେଦନଶୀଳ ହେବା ପାଇଁ ମନ୍ତ୍ରୀ ଡ. ସାହୁ କହିଥିଲେ । କୋଭିଡ୍‌-୧୯ ପରି ଏକ ଅସ୍ୱାଭାବିକ ପରିସ୍ଥିିତିକୁ ମୁକାବିଲା କରିବା ପାଇଁ ଛାତ୍ରଛାତ୍ରୀଙ୍କୁ ଶାରୀରିକ ଦୃଷ୍ଟିରୁ ଦକ୍ଷ ହେବା ପାଇଁ ମନ୍ତ୍ରୀ ଡ. ସାହୁ ପରାମର୍ଶ ଦେଇଥିଲେ । ନୟାଗଡ଼ ଶିକ୍ଷା ସମୂହ ସଂଗଠନ ପକ୍ଷରୁ ଆୟୋଜିତ ମେଧା ସମ୍ମାନ ୨୦୨୦ରେ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ କହିଲେ କୋଭିଡ୍‌-୧୯ ସ୍ଥିତିରେ ପରୀକ୍ଷା ଖାତା ମୂଲ୍ୟାୟନ କରିବା ଓ ଫଳ ପ୍ରକାଶନ ଏକ ଆହ୍ୱାନ ଥିଲା । ପରୀକ୍ଷାରେ ଛାତ୍ରଛାତ୍ରୀମାନେ ଯେଉଁ ନିଷ୍ଠା ପ୍ରଦର୍ଶନ ଓ ପରିଶ୍ରମ କରିଥିଲେ ତାହାର ସୁଫଳ ପାଇଛନ୍ତି । ମହାବିଦ୍ୟାଳୟର ଶିକ୍ଷାଦାନ ପଦ୍ଧତି ଓ ପରିବେଶ ବିଦ୍ୟାଳୟର ଶିକ୍ଷାଦାନ ପରିବେଶଠାରୁ ଅଲଗା ହୋଇଥିବାରୁ ଛାତ୍ରଛାତ୍ରୀଙ୍କୁ ସେ ବିଷୟରେ ଅଧିକ ସଚେତନ ଓ ଯନିବାନ ହେବାକୁ ମନ୍ତ୍ରୀ ଶ୍ରୀ ଦାଶ କହିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବରେ ଯୋଗଦେଇ ଶକ୍ତି, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ସ୍ୱରାଷ୍ଟ୍ର ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର କହିଲେ ଯେ ଶିକ୍ଷା ହିଁ ସବୁ ସମାଧାନର ସୂତ୍ର । ମଣିଷର ତଥା ଦେଶର ପ୍ରଗତି ଶିକ୍ଷା ବ୍ୟବସ୍ଥା ଉପରେ ନିର୍ଭର କରେ । ଶିକ୍ଷା ବ୍ୟବସ୍ଥାକୁ ଅଧିକ କି୍ରୟାଶୀଳ କରିବା ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି । ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ମେଧା ସମ୍ମାନରେ ସମ୍ମାନିତ କରିବା ଏକ ଅଭିନବ ଓ ସଫଳ ପ୍ରୟାସ ଏବଂ ଏହା ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଜୀବନରେ ଉତ୍କର୍ଷ ହାସଲ ଦିଗରେ ଉତ୍ସାହିତ କରିବ ବୋଲି ମନ୍ତ୍ରୀ କ୍ୟାପ୍‌ଟେନ୍‌ ମିଶ୍ର କହିଥିଲେ । ବରିଷ୍ଠ ଶିକ୍ଷକ ଶ୍ରୀ ନିରଞ୍ଜନ ଦାସଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ କୃତୀ ଛାତ୍ରୀ ପ୍ରଜ୍ଞାରାଣୀ ମହାପାତ୍ର ଓ କୃତୀ ଛାତ୍ର ଦୀପକ ସ୍ୱାଇଁ ସେମାନଙ୍କର ସଫଳତା ସଂପର୍କରେ ବର୍ଣ୍ଣନା କରିଥିବାବେଳେ ଶ୍ରୀ ଲୋକନାଥ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଭର୍ଚୁଆଲ୍‌ ବୈଠକରେ ୮୦୦ରୁ ଊଦ୍ଧ୍ୱର୍ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ଯୋଗଦେଇଥିଲେ । ସମସ୍ତ କୃତୀ ଛାତ୍ରଛାତ୍ରୀଙ୍କୁ ମାନପତ୍ର ଓ ପୁରସ୍କାର ପ୍ରଦାନର ବ୍ୟବସ୍ଥା କରାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!