Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଚ୍ ରାସ୍ତାରେ JDU ନେତାଙ୍କୁ ଗୁଳିକରି ହତ୍ୟା

by ସଞ୍ଜୟ ସ୍ୱାଇଁ
April 25, 2024
in Crime, NATIONAL NEWS
ବିଚ୍ ରାସ୍ତାରେ JDU ନେତାଙ୍କୁ ଗୁଳିକରି ହତ୍ୟା
132
VIEWS
Share on FacebookShare on Twitter

ବିହାର, (ବାଘୁଆବାର୍ତ୍ତା): ବିଚ୍ ରାସ୍ତା ଉପରେ JDU ନେତାଙ୍କୁ ଗୁଳିକରି ହତ୍ୟା। ବିହାର ରାଜଧାନୀ ପାଟନାରେ ଘଟିଛି ଏପରି ଚାଞ୍ଚଲ୍ୟକର ଘଟଣା। ମୃତ ଜେଡିୟୁ ନେତା ସୌରଭ କୁମାର ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁସାରେ, ଆଜି ଭୋରରୁ ସୌରଭ କୁମାର ଓ ତାଙ୍କ ବନ୍ଧୁ ପାର୍ସର ବଜାରରୁ ଘରକୁ ଫେରୁଥିଲେ। ଏହି ସମୟରେ ଦୁଇଟି ବାଇକରେ ୪ ଜଣ ଆସି ସେମାନଙ୍କ ଉପରକୁ ଅତର୍କିତ ଗୁଳି ମାଡ଼ କରିଥିଲେ। ଅତି ନିକଟରୁ ସୌରଭଙ୍କ ମୁଣ୍ଡକୁ ଦୁଇ ରାଉଣ୍ଡ ଗୁଳି କରିଥିଲେ ଦୁର୍ବୃତ୍ତ। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଛି। ସେପଟେ ଗୁରୁତର ଅବସ୍ଥାରେ ସୌରଭଙ୍କ ବନ୍ଧୁଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଏନେଇ ପୁନପୁନ ଥାନା ଅଧିକାରୀ ସୂଚନା ଦେଇଛନ୍ତି। ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଥିବା ବେଳେ ପାଟନାରେ ଏଭଳି ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। କୁହାଯାଉଛି, ସୌରଭ ଜେଡିୟୁର ଜଣେ ଆଗ ଧାଡ଼ିର ଯୁବ ନେତା ଥିଲେ। ସେ ମଧ୍ୟ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଘନିଷ୍ଠ ଥିଲେ। ହତ୍ୟାକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ରାଜନୈତିକ ଆକ୍ରୋଶ ରଖି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପୁଲିସ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!