Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାଇବୋହୂ ସହ ପୁତୁରାକୁ ଟାଙ୍ଗିଆରେ ହାଣି ମାରିଲା ଦେଡ଼ଶୁର

by ସଞ୍ଜୟ ସ୍ୱାଇଁ
April 26, 2024
in Crime, State
ବାଇକ୍‌ ଦୁର୍ଘଟଣା ପରେ ଯୁବକଙ୍କୁ ପିଟି ପିଟି ହତ୍ୟା
118
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ଘରେ ପଶି ଜଣେ ବ୍ୟକ୍ତି ଭାଇବୋହୂ ଓ ପୁତୁରାକୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ଦଲକିବାହାଲ ଗାଁରେ ଗତକାଲି ବିଳମ୍ବିତ ରାତିରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ମୃତକ ହେଲେ ପୂର୍ଣ୍ଣିମା ପିଙ୍ଗ୍ ଓ ତାଙ୍କ ଦେଢବର୍ଷର ପୁଅ ୟେଂଶୁ ପିଙ୍ଗ୍। ପୁଲିସ ଅଭିଯୁକ୍ତ ଲୋଚନ ପିଙ୍ଗକୁ ଅଟକ ରଖିଛି। ଗତକାଲି ରାତିରେ ପୂର୍ଣ୍ଣିମା ଓ ତାଙ୍କର ଦେଢ଼ବର୍ଷର ପୁଅ ୟେଂଶୁ ଘରେ ଶୋଇଥିଲେ। ବିଳମ୍ବିତ ରାତିରେ ଲୋଚନ କବାଟ ଭାଙ୍ଗି ଘରେ ପଶିଥିଲା। ପ୍ରଥମେ ପୂର୍ଣ୍ଣିମାକୁ ଟାଙ୍ଗିଆରେ ହାଣି ହତ୍ୟା କରିଥିଲା ପରେ ପୂର୍ଣ୍ଣିମାଙ୍କ ପାଖରେ ଶୋଇଥିବା ଛୋଟ ପୁଅ ୟେଂଶୁ କାନ୍ଦିବାରୁ ତାଙ୍କୁ ମଧ୍ୟ ଟାଙ୍ଗିଆରେ ହାଣି ହତ୍ୟା କରିଥିଲା। ପରେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲା। ହତ୍ୟାକାଣ୍ଡ ସଂପର୍କରେ ଗ୍ରାମବାସୀ ପୁଲିସକୁ ଜଣାଇଥିଲେ। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଏହାସହ ଅଭିଯୁକ୍ତ ଲୋଚନକୁ ଅଟକ ରଖିଛି। ଲୋଚନ କେଉଁଥି ପାଇଁ ଭାଇବୋହୂ ଓ ପୁତୁରାକୁ ହତ୍ୟା କଲା ତାର କାରଣ ଜଣାପଡ଼ିନାହିଁ। ପାରିବାରିକ କଳହରୁ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ପୁଲିସ ଘଟଣାର ତଦନ୍ତ କରୁଛି। ଏହି ହତ୍ୟାକାଣ୍ଡ ସମୟରେ ପୂର୍ଣ୍ଣିମାଙ୍କ ସ୍ୱାମୀ ଘରେ ନଥିଲେ। କୌଣସି କାମ ପାଇଁ ବାହାରକୁ ଯାଇଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!