Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୦୧୯ ମସିହାରେ ଦୁଇ ଜଣଙ୍କୁ ହତ୍ୟା ମାମଲା, ଆସାମୀକୁ ମିଳିଲା ଫାଶୀ ଦଣ୍ଡାଦେଶ

by ସଞ୍ଜୟ ସ୍ୱାଇଁ
April 26, 2024
in Crime, Nayagarh, State
୨୦୧୯ ମସିହାରେ ଦୁଇ ଜଣଙ୍କୁ ହତ୍ୟା ମାମଲା, ଆସାମୀକୁ ମିଳିଲା ଫାଶୀ ଦଣ୍ଡାଦେଶ
403
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ୨୦୧୯ ମସିହା ଜାନୁଆରୀ ୧୭ ତାରିଖରେ ଓଡ଼ଗାଁରେ ଦୁଇ ଜଣଙ୍କୁ ବିଭତ୍ସ ଭାବେ ହତ୍ୟା କରାଯାଇଥିଲା । ଏହି ମାମଲାର ଆଜି ରାୟ ପ୍ରକାଶ ପାଇଛି । ଆସାମୀକୁ ଫାଶୀ ଦଣ୍ଡାଦେଶ କରିଛନ୍ତି ଓଡ଼ଗାଁ ଅତିରିକ୍ତ ଜିଲ୍ଲା ଓ ଜରାଜଜ । ସୁଚନାନୁସାରେ ୫ ବର୍ଷ ତଳେ ଅତି ବୀଭତ୍ସ ଭାବେ ଦୁଇ ଜଣଙ୍କୁ ହତ୍ୟା କରିଥିଲେ ଅଭିଯୁକ୍ତ। ଏହି ମାମଲାର ଶୁଣାଣି ଚାଲିଥିବା ବେଳେ ଆଜି ପ୍ରକାଶ ପାଇଛି ରାୟ। ଅଭିଯୁକ୍ତଙ୍କୁ ମିଳିଛି ଫାଶୀ ଦଣ୍ଡାଦେଶ। ନୟାଗଡ଼ ଜିଲ୍ଲା ଓଡଗାଁ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ଏକ ହତ୍ୟା ମାମଲାର ଶୁଣାଣି କରି ଏହି ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ମୃତ୍ୟୁ ଦଣ୍ଡାଦେଶ ହେବା ମାମଲା ନୟାଗଡ଼ ଜିଲ୍ଲାରେ ପ୍ରଥମ ବୋଲି କୁହାଯାଉଛି । ଫାଶୀ ଦଣ୍ଡାଦେଶ ପାଇଥିବା ଅଭିଯୁକ୍ତଜଣଙ୍କ ହେଲେ ଓଡଗାଁ ଥାନା କୁଶଢିପି ଗାଁର ନିରଞ୍ଜନ ମଲ୍ଲୀକ । କୌଣସି କାରଣକୁ ନେଇ ୨୦୧୯ ମସିହା ଜାନୁୟାରୀ ୧୭ ତାରିଖ ରାତିରେ ନିରଞ୍ଜନ ଓଡଗାଁରେ ୨ଜଣଙ୍କୁ ହତ୍ୟା କରିଥିଲେ । ଏହି ଘଟଣାରେ ୩ ଜଣ ଗୁରୁତର ଆହତ ମଧ୍ୟ ହୋଇଥିଲେ । ନିରଞ୍ଜନ ଉକ୍ତ ରାତିରେ ଓଡଗାଁ ମାର୍କେଟରେ ଡ୍ୟୁଟି କରୁଥିବା ରାତ୍ର ଜଗୁଆଳି ଲୋଚନ ସେଠିଙ୍କୁ କାଠ ଫାଳିଆରେ ଆକ୍ରମଣ କରି ହତ୍ୟା କରିଥିଲେ। ଏହାପରେ ସେ ଓଡଗାଁ ସିନେମା ହଲ ନିକଟରେ ବଦନି ପ୍ରଧାନ ନାମକ ମହିଳାଙ୍କୁ ଘରେ ପଶି ତାଙ୍କୁ ହତ୍ୟା କରିଥିଲା । ଏହି ଘଟଣାରେ ୨୭ ଜଣ ସାକ୍ଷୀଙ୍କ ବୟାନ ଓ ପୁଲିସ ତଦନ୍ତକୁ ଆଧାର କରି ଓଡଗାଁ କୋର୍ଟ ଏହି ରାୟ ଦେଇଛନ୍ତି । ଏପରି ଫାଶୀ ଦଣ୍ଡାଦେଶ ହେବା ନୟାଗଡ଼ ଜିଲ୍ଲାରେ ପ୍ରଥମ ବୋଲି କୁହାଯାଉଛି । ଏହା ବିରୋଧରେ ଅଭିଯୁକ୍ତ ହାଇକୋର୍ଟ ଓ ସୁପ୍ରିମ କୋର୍ଟ ଯାଇ ପାରିବେ ବୋଲି ବରିଷ୍ଠ ଆଇନଜୀବୀ ପ୍ରକାଶ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!