Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦେଢଶାଶୂକୁ ଏକ ତରଫା ପ୍ରେମ ପଡିଲା ମହଙ୍ଗା

by ସଞ୍ଜୟ ସ୍ୱାଇଁ
May 5, 2024
in Crime, State
ଦେଢଶାଶୂକୁ ଏକ ତରଫା ପ୍ରେମ ପଡିଲା ମହଙ୍ଗା
299
VIEWS
Share on FacebookShare on Twitter

ଭୁବନଶ୍ୱର, (ବାଘୁଆବାର୍ତ୍ତା): ସ୍ତ୍ରୀର ବଡ଼ ଭଉଣୀକୁ ଏକତରଫା ପ୍ରେମ କରି ବିଫଳ ହେବା ପରେ ପତ୍ନୀକୁ ଗାଡ଼ି ଚଢାଇ ମାରି ଦେବାକୁ ଉଦ୍ୟମ। ରାସ୍ତାରେ ସ୍କୁଟିକୁ ଧକ୍କା ଦେଇ ଅଧା କିଲୋମିଟର ଘୋଷାଡି ନେଲା ପିକଅପ ଭ୍ୟାନ୍। ଏହି ଘଟଣାକୁ ନେଇ ଇନଫୋସିଟି ଥାନା ପୋଲିସ ଅଭିଯୁକ୍ତ ସ୍ବାମୀକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ପଟିଆ ରେଲୱେ ଷ୍ଟେସନ ନିକଟରେ ରହୁଥିବା ଅକ୍ଷୟ ବେହେରା। ମାମଲାରୁ ଜଣା ପଡ଼ିଛି ପତ୍ନୀଙ୍କ ବଡ ଭଉଣୀଙ୍କୁ ଅକ୍ଷୟ ଏକ ପାଖିଆ ଭଲ ପାଇ ଆସୁଥିଲେ। ପୀଡିତାଙ୍କ ବଡ଼ ଭଉଣୀ ବିବାହିତା ହୋଇଥିବାରୁ ସେ ଅଭିଯୁକ୍ତର ପ୍ରେମ ନିବେଦନକୁ ପ୍ରତ୍ୟାଖ୍ୟାନ କରିଥିଲେ । ଏହି ଘଟଣାକୁ କେନ୍ଦ୍ର କରି ଉଭୟ ପରିବାର ମଧ୍ୟରେ ଶତ୍ରୁତା ଲାଗି ରହିଥିଲା। ଏବଂ ଅଭିଯୁକ୍ତ ଜଣକ ପତ୍ନୀଙ୍କୁ ଜୀବନରୁ ମାରିଦେବେ ବୋଲି ଧମକ ମଧ୍ୟ ଦେଇଥିଲେ। ସୂଚନା ଅନୁଯାୟୀ, ଗତକାଲି ସନ୍ଧ୍ୟାରେ ପତ୍ନୀ ଅଫିସରୁ ଘରକୁ ଫେରୁଥିବା ବେଳେ ପଟିଆ-ସିପେଟ ରାସ୍ତାରେ, ଅଭିଯୁକ୍ତ ସ୍ବାମୀ ନିଜ ପିକଅପ ଭ୍ୟାନକୁ ଦ୍ରୁତଗତିରେ ଆସି ପୀଡ଼ିତାଙ୍କୁ ଧକ୍କା ଦେଇଥିଲା। ପୀଡ଼ିତା ଜଣକ ସ୍କୁଟି ସହ ତଳେ ପଡ଼ିଯିବା ପରେ ପ୍ରାୟ ଅଧା କିଲୋମିଟର ପର୍ଯ୍ୟନ୍ତ ଗାଡିଟିକୁ ଘୋଷାଡି ନେଇଥିଲା ଅଭିଯୁକ୍ତ ସ୍ବାମୀ। ସ୍ଥାନୀୟ ଲୋକେ ଦେଖିବା ପରେ ଅଭିଯୁକ୍ତର ଗାଡ଼ିକୁ ପିଛା କରି ଅଟକାଇବା ସହିତ ପୀଡ଼ିତାଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଘଟଣାରେ ପୀଡିତାଙ୍କ ଡାହାଣ ହାତ ଭାଙ୍ଗି ଯାଇଥିବା ବେଳେ ସ୍କୁଟିଟି ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି। ଇନଫୋସିଟି ଥାନା ପୋଲିସ ମାମଲାର ତଦନ୍ତ କରିବା ସହିତ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!