Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଳାହାଣ୍ଡି ଲୋକସଭା ଆସନ, ସ୍ଵାଧୀନ ପ୍ରାର୍ଥୀଙ୍କୁ ମରଣାନ୍ତକ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
May 7, 2024
in Crime, State
କଳାହାଣ୍ଡି ଲୋକସଭା ଆସନ, ସ୍ଵାଧୀନ ପ୍ରାର୍ଥୀଙ୍କୁ ମରଣାନ୍ତକ ଆକ୍ରମଣ
146
VIEWS
Share on FacebookShare on Twitter

କଳାହାଣ୍ଡି, (ବାଘୁଆବାର୍ତ୍ତା): କଳାହାଣ୍ଡି ଲୋକସଭାର ସ୍ଵାଧୀନ ପ୍ରାର୍ଥୀ ନରେଶ ହିଆଲଙ୍କ ଉପରେ ହୋଇଛି ମରଣାନ୍ତକ ଆକ୍ରମଣ । ଏହି ଆକ୍ରମଣରେ ନରେଶ ହିଆଲ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି। ପୁଲିସ୍ ଏଯାଏ ଆକ୍ରମଣକାରୀଙ୍କୁ ଚିହ୍ନଟ କରି ପାରିନି। ନରେଇ ହିଆଲ ପ୍ରଚାର ନିମନ୍ତେ ଭବାନୀପାଟଣା ଯାଉଥିବା ବେଳେ କର୍ଲାପଡ଼ା ନିକଟରେ ୩ ଜଣ ଦୁର୍ବୃତ୍ତ ତାଙ୍କୁ ଅଟକାଇଥିଲେ । କାର୍‌ରୁ ନରେଶ ହିଆଲ ଓ ଅନ୍ୟ ୨ଜଣ ଓହ୍ଲାଇବା ପରେ ସେମାନଙ୍କୁ ଦୁର୍ବୃତ୍ତମାନେ ଠେଙ୍ଗାରେ ନିର୍ଧୂମ ମାଡ଼ ମାରିଥିଲେ। ଗୁରୁତର ଅବସ୍ଥାରେ ନରେଶଙ୍କୁ ଚିକିତ୍ସା ନିମନ୍ତେ ଭବାନୀପାଟଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆକ୍ରମଣର କାରଣ ଜଣା ପଡ଼ି ନଥିବା ବେଳେ ଏହା ରାଜନୈତିକ ହିଂସା ବୋଲି ଅନୁମାନ କରାଯାଉଛି। ଜଣେ ସ୍ୱାଧୀନ ପ୍ରାର୍ଥୀଙ୍କୁ କେଉଁ କାରଣରୁ ଆକ୍ରମଣ ହୋଇଛି ତାହା ଏଯାଏ ସ୍ପଷ୍ଟ ହୋଇନି । ଏନେଇ ଭବାନୀପାଟନା ସଦର ଥାନା ଅନ୍ତର୍ଗତ କର୍ଲାପଡ଼ା ଫାଣ୍ଡିରେ ଏତଲା ହୋଇଛି। ପୁଲିସ ତଦନ୍ତ କରୁଥିବା ସୂଚନା ମିଳିଛି। ଏନେଇ ପୁଲିସର ପ୍ରତିକ୍ରିୟା ମିଳିପାରି ନାହିଁ । ଏନେଇ କଳାହାଣ୍ଡି ଲୋକସଭାର ସ୍ଵାଧୀନ ପ୍ରାର୍ଥୀ ନରେଶ ହିଆଲ କହିଛନ୍ତି, ମୁଁ ମିଟିଂ କରିବାକୁ ଏକୁଟିଆ ଭବାନୀପାଟଣା ଆସୁଥିବା ବେଳେ ମୋ’ ଉପରେ ଅତର୍କିତ ଆକ୍ରମଣ ହୋଇଥିଲା। ଆକ୍ରମଣକାରୀଙ୍କୁ ମୁଁ ଚିହ୍ନି ପାରିନି। ହେଲେ ପୁଲିସ୍ ଉପରେ ମୋର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି। ପୁଲିସ୍ ନିହାତି ଆକ୍ରମଣକାରୀଙ୍କୁ ଖୋଜି ବାହାର କରିବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!