Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୁଲିଲା ଖଣ୍ଡା, କଟୁରୀ, ବିଜେଡି କର୍ମୀଙ୍କୁ ବିଜେପି ନେତାଙ୍କ ଖଣ୍ଡାରେ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
May 24, 2024
in Crime, State
ବୁଲିଲା ଖଣ୍ଡା, କଟୁରୀ, ବିଜେଡି କର୍ମୀଙ୍କୁ ବିଜେପି ନେତାଙ୍କ ଖଣ୍ଡାରେ ଆକ୍ରମଣ
174
VIEWS
Share on FacebookShare on Twitter

ଅନୁଗୁଳ, (ବାଘୁଆବାର୍ତ୍ତା): ନିର୍ବାଚନ ପୂର୍ବରୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ରାଜନୈତିକ ହିଂସା । ଅନୁଗୁଳ ଛେଣ୍ଡିପଦାରୁ ଆସିଲା ରାଜନୈତିକ ହିଂସାର ଚିତ୍ର । ବିଜେଡି କର୍ମୀଙ୍କୁ ବିଜେପି ନେତା ଖଣ୍ଡାରେ ଆକ୍ରମଣ କରିଥିବା ଅଭିଯୋଗ, ଗୁରୁତର ଅବସ୍ଥାରେ ବିଜେଡି କର୍ମୀଙ୍କୁ ମେଡିକାଳରେ ଭର୍ତ୍ତି କରାଯାଇଛି । ଗୁରୁତର ବିଜେଡି କର୍ମୀ ଜଣକ ଛେଣ୍ଡିପଦା ହାଣ୍ଡିଗୁଡା ଗାଁର ଗୋବିନ୍ଦ ପ୍ରଧାନ ବୋଲି ଜଣାପଡିଛି । ଦୁଇ ଗୋଷ୍ଠୀଙ୍କ ମଧ୍ୟରେ କଥା କଟାକଟିକୁ ନେଇ ଏହି ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି । ଦୟାନିଧି ସାହୁ, ଦୁଃଶାସନ ବେହେରା, ସୁନୀଲ ପ୍ରଧାନ ଓ ତ୍ରୈଲୋକ୍ୟ ପ୍ରଧାନ ଖଣ୍ଡା ଓ କଟୁରୀରେ ଗୋବିନ୍ଦଙ୍କୁ ଆକ୍ରମଣ କରିଥିଲେ । ପରେ ଗୁରୁତର ଅବସ୍ଥାରେ ଗୋବିନ୍ଦଙ୍କୁ ଛେଣ୍ଡିପଦା ମେଡିକାଲରେ ଭର୍ତି କରାଯାଇଛି । ସେପଟେ ଥାନାରେ ଲିଖିତ ଅଭିଯୋଗ ପରେ ତଦନ୍ତ ଆରମ୍ଭ କରିଛି ଛେଣ୍ଡିପଦା ଥାନା ପୋଲିସ୍ । ସେହିପରି ପିପିଲିରେ ମଧ୍ୟ ଦେଖାଦେଇଛି ରାଜନୈତିକ ହିଂସା ଘଟି ୩ଜଣ ଗୁରୁତର ହୋଇଛନ୍ତି । ପ୍ରତିବାଦରେ ଥାନା ଘେରାଉ କଲା ବିଜେପି । ପିପିଲିର ସହଜପୁର ପଂଚାୟତରେ ଗୁରୁବାର ରାତିରେ ଏହି ରାଜନୈତିକ ହିଂସା ଘଟିଛି । ବିଜେଡି କର୍ମୀଙ୍କ ଆକ୍ରମଣରେ ବିଜେପିର ମଙ୍ଗଳପୁର ପଂଚାୟତ ସମିତି ସଭ୍ୟ ଗଦାଧର ପରିଡାଙ୍କ ସମେତ ଅନ୍ୟ ଦୁଇ ଜଣ ଗୁରୁତର ଭାବେ ଆହତ ହୋଇଥିବା ଅଭିଯୋଗ ହୋଇଛି । ଗଦାଧରଙ୍କ ଡାହାଣ ଗୋଡ ଭାଙ୍ଗିଯାଇଥିବା ବେଳେ ଅନ୍ୟ ଜଣଙ୍କର ହାତ ଭାଙ୍ଗିଛି । ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ପ୍ରଥମେ ମଙ୍ଗଳପୁର ଓ ପରେ ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲ କୁ ସ୍ଥାନାନ୍ତର କରାଯାଇଛି । ଏହାକୁ ନେଇ ପିପିଲିରେ ତୀବ୍ର ଉତ୍ତେଜନା ଲାଗି ରହିଛି । ୧୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ଅଭିଯୁକ୍ତକୁ ଗିରଫ ଦାବି କରି ବିଜେପିର ବିଧାୟକ ପ୍ରାର୍ଥୀ ତଥା ପୁରୀ ଜିଲା ବିଜେପି ସଭାପତି ଆଶ୍ରିତ ପଟ୍ଟନାୟକଙ୍କ ସମେତ ଶତାଧିକ ବିଜେପି କର୍ମୀ ମାନେ ପିପିଲି ଥାନାକୁ ଘେରାଉ କରି ପ୍ରତିବାଦ କରିଛନ୍ତି । ସୂଚନା ଅନୁସାରେ ଗୁରୁବାର ରାତି ପ୍ରାୟ ୧୧ଟା ସମୟରେ ସୁହାଗପୁର ଗାଁର ଆଦିତ୍ୟ ପ୍ରସାଦ ପାଣିଙ୍କ ଘର ଉପରକୁ କିଛି ଲୋକ ଟେକା ପଥର ପକାଇ ଭୟଭୀତ କରୁଥିଲେ । ପୋଲିସ ଘଟଣା ସ୍ଥଳରେ ପହଞ୍ଚିବାରେ ବିଳମ୍ବ ହେବାରୁ ୫ରୁ୬ଜଣ ସମର୍ଥକ ମାନଙ୍କୁ ସାଙ୍ଗରେ ନେଇ ପଡୋଶୀ ମଙ୍ଗଳପୁରର ବିଜେପି ସମରô୍ଥତ ସମିତି ସଭ୍ୟ ଗଦାଧର ପରିଡ଼ାଙ୍କ ସମେତ ଅନ୍ୟ କେତେକ କର୍ମୀ ବାଇକ ଯୋଗେ ସହଜପୁରକୁ ଯାଉଥିଲେ । ଏହି ସମୟରେ ବିଜେଡି ସମରô୍ଥତ ପୂର୍ବତନ ସରପଂଚ ଓ ଏବେର ସରପଂଚଙ୍କ ପ୍ରତିନିଧି ଓ ତାଙ୍କର ସମର୍ଥକ ମାନେ ଏମାନଙ୍କୁ ଗୋଡାଇ ଗୋଡାଇ ମରଣାନ୍ତକ ଆକ୍ରମଣ କରିଥବାର ଅଭିଯୋଗ ହୋଇଛି । ରାତି ସାଢେ ଦୁଇଟାରେ ଏନେଇ ପୁଲିସରେ ଅଭିଯୋଗ କରାଯାଇଥିବା ବେଳେ ଆନ୍ଦୋଳନକାରୀ ଙ୍କୁ ପୁଲିସ ବୁଝା ସୁଝା କରି ଅଭିଯୁକ୍ତ ମାନଙ୍କୁ ତୁରନ୍ତ ଗିରଫ କରିବାର ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଥିଲା ବିଜେପି । ସେପଟେ ଅଭିଯୋଗ କୁ ଭିତି କରି ପିପିଲି ପୋଲିସ ଏକ ମାମଲା ରୁଜୁ କରିଥିବା ବେଳେ ଅଭିଯୁକ୍ତ ମାନଙ୍କୁ ତୁରନ୍ତ ଗିରଫ କରାଯିବ ବୋଲି ପିପିଲି ଏସଡିପିଓ ବିରଞ୍ଚି ପତି କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!