Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୬ରେ ବାହାରିବ ମାଟ୍ରିକ ରେଜଲ୍ଟ

by ସଞ୍ଜୟ ସ୍ୱାଇଁ
May 24, 2024
in Education, State
ଆସନ୍ତାକାଲି ବାହାରିବ CBSE ଦ୍ୱାଦଶ ରେଜଲ୍ଟ
208
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ୨୬ ତାରିଖ ସକାଳ ୧୦ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବ । ଏନେଇ ପ୍ରେସ୍‌ମିଟ କରି ସୂଚନା ଦେଇଛନ୍ତି ବୋର୍ଡ ସଭାପତି । ଚଳିତ ବର୍ଷ ପ୍ରଥମ ଥର ପାଇଁ ଡିଜିଟାଲ ସାର୍ଟିଫିକେଟ୍ ଡାଉନଲୋଡ୍ କରି ପାରିବେ ଛାତ୍ରଛାତ୍ରୀ। ଆସନ୍ତା ୨୬ ତାରିଖ ସକାଳ ୧୦ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବ । ୧୧ଟା ୩୦ ସୁଦ୍ଧା ୱେବସାଇଟ୍‌ରେ ରେଜଲ୍ଟ ମିଳିବ । ଇଣ୍ଟରନେଟ୍‌ ସୁବିଧା ନ ଥିଲେ ଏସ୍‌ଏମ୍‌ଏସ୍‌ରେ ରେଜଲ୍ଟ ପାଇ ପାରିବେ ଛାତ୍ରଛାତ୍ରୀ। ଏଥିସହ ଅପରାହ୍ନ ୪ଟା ସୁଦ୍ଧା ଡିଜିଟାଲ ସାର୍ଟିଫିକେଟ୍‌ ଡାଉନଲୋଡ୍‌ କରିହେବ ବୋଲି ସୂଚନା ଦେଇଛନ୍ତି ବୋର୍ଡ ସଭାପତି । ଛାତ୍ରଛାତ୍ରୀ www.bseodisha.ac.inରେ ଲଗ୍ ଇନ୍ କରି ରେଜଲ୍ଟ ଜାଣିପାରିବେ। ଇଣ୍ଟରନେଟ୍ ସୁବିଧା ନ ଥିଲେ ଏସ୍ଏମ୍ଏସ ଜରିଆରେ ବି ରେଜଲ୍ଟ ଜାଣିପାରିବେ ପରୀକ୍ଷାର୍ଥୀ। ଏମଏସଏସରେ ରେଜଲ୍ଟ ଜାଣିବାକୁ ମୋବାଇଲରେ OR10 ପରେ ସ୍ପେସ୍ ଦେଇ ରୋଲ୍ ନମ୍ବର ଲେଖି 5676750 ନମ୍ବରକୁ ପଠାଇବେ। ସେଦିନ ଅପରାହ୍ନ ୪ଟା ସୁଦ୍ଧା ଡିଜିଟାଲ ସାର୍ଟିଫିକେଟ୍ ଡାଉନଲୋଡ୍ କରିହେବ। ପ୍ରଥମ ଥର ଡିଜିଟାଲ୍ ସାର୍ଟିଫିକେଟ ଉପଲବ୍ଧ କରିଛନ୍ତି ବୋର୍ଡ କର୍ତ୍ତୃପକ୍ଷ। ଅନଲାଇନ୍ ଓ ହ୍ୱାଟ୍ସଆପ୍‌ରେ ପାଇପାରିବେ ଡିଜିଟାଲ୍ ସାର୍ଟିଫିକେଟ। ଏଥିପାଇଁ ଛାତ୍ରଛାତ୍ରୀ ମୋବାଇଲରୁ BSE/Hi ଲେଖି 7710058192ରେ ହ୍ୱାଟ୍ସଆପ୍‌ କରିବେ । ଏହାପରେ ଫୋନରେ ଆସୁଥିବା ଇନଷ୍ଟ୍ରକସନକୁ ଫଲୋ କରିବେ। ଛାତ୍ରଛାତ୍ରୀ ମେ’ ୨୯ରୁ ଜୁନ୍‌ ୧୨ତାରିଖ ମଧ୍ୟରେ ଚେକିଂ ପାଇଁ ଆବେଦନ କରି ପାରିବେ। ହାଇସ୍କୁଲ ପାଇଁ ଅନଲାଇନ୍‌ ମାଧ୍ୟମରେ, ମଧ୍ୟମା ଓ ଏସଓଏସ୍ ପାଇଁ ଅଫଲାଇନ୍‌ରେ ଆବେଦନ କରି ପାରିବେ। ଏଥିସହ ଛାତ୍ରଛାତ୍ରୀଙ୍କ ସନ୍ଦେହ ତ୍ରୁଟି ପାଇଁ ଆଜିଠୁ କଣ୍ଟ୍ରୋଲ ରୁମ୍‌ ଖୋଲୁଛି। ୮୭୬୩ ୪୪୬୨୯୨ ଓ ୯୪୩୭୨୨୮୧୮୭ ନମ୍ବରରେ ଫୋନ୍‌ କରି ନିଜ ପ୍ରଶ୍ନ ପଚାରି ପାରିବେ। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ମଧ୍ୟରେ ସେମାନେ କଲ୍‌ କରି ନିଜ ସମସ୍ୟା ସମ୍ପର୍କରେ ଜଣାଇ ପାରିବେ। ଚଳତିବର୍ଷ ୫ ଲକ୍ଷ ୫୧ ହଜାର ୬୧୧ ଜଣ ମାଟ୍ରିକ୍‌, ୭୮୩୧ ଜଣ ମୁକ୍ତ ବିଦ୍ୟାଳୟ ଓ ୩୦୩୭ ଜଣ ମଧ୍ୟମା ପରୀକ୍ଷାର୍ଥୀ ଫର୍ମ ପୂରଣ କରିଥିଲେ । ରାଜ୍ୟର ମୋଟ୍‌ ୩୦୪୭ ପରୀକ୍ଷା କେନ୍ଦ୍ର ଓ ପ୍ରଶ୍ନପତ୍ର ଗଚ୍ଛିତ ପାଇଁ ୩୧୩ ନୋଡାଲ କେନ୍ଦ୍ର ମଧ୍ୟ କରାଯାଇଥିଲା । ଆସନ୍ତା ରବିବାର ମାଟ୍ରିକ ରେଜଲ୍ଟ ସହ ଯୁକ୍ତ ୨ ରେଜଲ୍ଟ ବି ବାହାରିବ । ୨୬ ତାରିଖ ଅପରାହ୍ନରେ ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ। ଏକାସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇବ ବୋଲି ସିଏଚ୍‌ଏସ୍‌ଇ ପକ୍ଷରୁ ସୂଚନା ମିଳିଛି। www.orissaresults.nic.inରେ ଲଗ୍‌ ଇନ୍‌ କରି ଛାତ୍ରୀଛାତ୍ର ସେମାନଙ୍କ ରେଜଲ୍ଟ ଦେଖିପାରିବେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!