ନୟାଗଡ଼, (ବାଘୁଆବାର୍ତ୍ତା): ଗତ ରବିବାର ଦିନ ପ୍ରକାଶ ପାଇଛି ମାଟ୍ରିକ ଫଳ। ଚଳିତ ବର୍ଷ ଫଳାଫଳ ରେ ନୟାଗଡ଼ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ର ର ସୌମ୍ୟା ସୁରଭି ମିଶ୍ର ୫୬୧ ନମ୍ବର ରଖି ଏ -୧ ଗ୍ରେଡ ହାସଲ କରିବା ସହ ଜିଲ୍ଲା ରେ ଦ୍ବିତୀୟ ଏବଂ ନୟାଗଡ଼ ବ୍ଲକ୍ ରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେ ନୟାଗଡ଼ ବ୍ଲକ୍ ଅନ୍ତର୍ଗତ ଡିଆଁପଡା ଗ୍ରାମ ର ବିଜୟ କୁମାର ମିଶ୍ର ଓ ବେବିନା ମିଶ୍ରଙ୍କ ସୁପୁତ୍ରୀ। ନିଜ ସଫଳତା ର ଶ୍ରେୟ ସେ ନିଜ ବାପା, ମା ଏବଂ ବିଦ୍ୟାଳୟ ର ଶିକ୍ଷକ, ଶିକ୍ଷୟତ୍ରୀ ଙ୍କୁ ପ୍ରଦାନ କରିଛନ୍ତି। ନିଜ ପରିଶ୍ରମ ମୁତାବକ ଫଳ ପାଇ ଖୁସି ହେବା ସହିତ ଭବିଷ୍ୟତ ରେ ଡାକ୍ତରୀ ପଢିବାକୁ ଇଛା ରଖିଛନ୍ତି ସୌମ୍ୟା।





